Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର
ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ…
ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ
ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ବାଲେଶ୍ୱର ଜିଲାର ରେମୁଣା ଅଞ୍ଚଳର ପ୍ରଶାନ୍ତ ଶତପଥୀ ବୋଲି ଚିହ୍ନଟ…
୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ
ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ…
ବଜ୍ରପାତ ନେଲା ଜଣଙ୍କ ଜୀବନ
ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି ୩ଟି ବାଇକ୍ ଭାଙ୍ଗି ଚୂରମାର ହୋଇଯାଇଛି। ସେହିପରି ବସ୍ତା ବାହାର୍ଦ୍ଦା ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର…
ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ
ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ସମୟରେ ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ…
କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଟ୍ରେନ୍ଟି ଧାମରାରୁ…
୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ
ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ ପୁଅକୁ ଫେରିପାଇଛନ୍ତି। ଆଜି ଧର୍ମର ଜୟ ହୋଇଛି। ପୁଅକୁ ପାଇ ବହୁତ ଖୁସି ଅନୁଭବ…
ବିଶ୍ୱ ପ୍ରସିଦ୍ଧ ଚନ୍ଦନେଶ୍ୱରଜୀଉଙ୍କ ପାଟ ଉତ୍ସବ: ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ
ଭୋଗରାଇ,୧୩ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା ରବିବାର ପ୍ରତିକୂଳ ପାଗ ସତ୍ତ୍ୱେ ଧର୍ମୀୟ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମାପନ ହୋଇଛି। ଚଳିତ ବର୍ଷ ଦୀର୍ଘ ୧୪ ଦିନ…
ହାତଗୋଡ଼ ବାନ୍ଧି ପୋଷ୍ଟମାଷ୍ଟରଙ୍କୁ ଘରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ୫ ଲକ୍ଷ ଟଙ୍କା
ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ପରିବାର ଲୋକେ ଶୋଇଥିବବେଳେ…
ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର କରି…
୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍ଜିଦ୍ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି। ତାଙ୍କଠାରୁ ନଗଦ ୩୦ ହଜାର ୬ ଶହ ଟଙ୍କା ସହ ୧୭୦ ଗ୍ରାମ ବ୍ରାଉନସୁଗାର…
ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା
ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ବ୍ୟକ୍ତି ହେଲେ ଅଯୋଧ୍ୟା ଫାଣ୍ଡି ଅଞ୍ଚଳର…
Archives


