ବାଲେଶ୍ୱର

ଓଡ଼ିଶାରୁ ଖସିଗଲେ, ପଶ୍ଚିମବଙ୍ଗରେ ଧରାପଡ଼ିଲେ: ୩.୨୫ ଲକ୍ଷ ଟଙ୍କାର ଗଞ୍ଜେଇ, କାର୍‌ ଜବତ

ଜଳେଶ୍ୱର,୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଲକ୍ଷ୍ମଣନାଥ ଗେଟ୍‌ ଦେଇ ଓଡ଼ିଶାରୁ ଲକ୍ଷ ଲକ୍ଷ ଟଙ୍କାର ଗଞ୍ଜେଇ ପଶ୍ଚିମବଙ୍ଗ ଚାଲାଣ ହେଉଛି। ଏହି ଗେଟ୍‌ ଦେଇ ଚାଲାଣକାରୀମାନେ ସହଜରେ ଖସି ଯାଉଥିବାବେଳେ ସୀମାନ୍ତରୁ ମାତ୍ର ୫ଶହ ମିଟର ଦୂରରେ ପଶ୍ଚିମବଙ୍ଗ ଦାନ୍ତୁନ ପୋଲିସ ଗୁରୁବାର…

ପଶ୍ଚିମବଙ୍ଗରୁ ଫେରୁଥିବା ବେଳେ ବାଟରୁ ନିଖୋଜ

ସିମୁଳିଆ, ୨୬ା୧୨(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ଅଞ୍ଚଳର ସଞ୍ଜୟ ଖୁଣ୍ଟିଆ(୨୭) ନାମକ ଯୁବକ ଗତ ଶନିବାର ପଶ୍ଚିମବଙ୍ଗରୁ ଘରକୁ ଫେରୁଥିବାବେଳେ ବାଟରୁ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ସ୍ତ୍ରୀ ପଦ୍ମିନୀ ଥାନାରେ ଅଭିଯୋଗ କରିଛନ୍ତି। ସଞ୍ଜୟ ପଶ୍ଚିମବଙ୍ଗ ରାଜ୍ୟର…

ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର ବଡ଼ଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବବ୍ୟବସାୟୀ ତଥା ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର ଅଣ୍ଡିଆଙ୍କ…

ଶିମିଳିପାଳରେ ପୋଷା ହାତୀ ବବ୍‌ଲୁର ଉତ୍ପାତ

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ ଘଟିଛି ତାହା ଜଣା ପଡ଼ି…

ମାଛଚାଷ କରିଛି ସ୍ବାବଲମ୍ବୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର)- ବର୍ତ୍ତମାନ ସମୟରେ ଯୁବକମାନେ କୃଷି ଭିତ୍ତିକ କାର୍ଯ୍ୟଠାରୁ ଦୂରେଇ ଯାଉଥିବାବେଳେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ କଙ୍କଡ଼ାପାଳ ଗ୍ରାମର ଯୁବକ ଅଶୋକ କୁମାର ବାରିକ ଏକ ଭିନ୍ନ ବ୍ୟତିକ୍ରମ। ରିଲାଏନ୍ସ ଫାଉଣ୍ଡେଶନ ପରିଚାଳିତ ଦେୟମୁକ୍ତ ଫୋନ ଯୋଗେ ସେ ବିଶେଷଜ୍ଞଙ୍କ…

କାମରେ ଆସୁନି କୋଟିଏ ଟଙ୍କାର ପ୍ରକଳ୍ପ

ଖଇରା,୨୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର ପାନୀୟ ଜଳ ପ୍ରକଳ୍ପ ୧କୋଟି ୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ସରିବାର ଦେଢ଼ ବର୍ଷ ବିତିଲାଣି । ଲୋକଙ୍କୁ ଏ ପର୍ଯ୍ୟନ୍ତ ପାଣି ମୁନ୍ଦାଏ ମିଳିଲାନି। ସୋର-କୁପାରୀ ରାଜ୍ୟ ରାଜପଥ କଡ଼ରେ ଡ୍ରେନ…

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ ଘଟିଛି। କର୍ମଚାରୀଙ୍କ ସହ ଜଣେ ଯୁବକ ପାଟିତୁଣ୍ଡ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।…

ବଡ଼ଦିନ ଉପଲକ୍ଷେ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼

ଭୋଗରାଇ, ୨୫।୧୨(ଡି.ଏନ.ଏ.)-ବଡ଼ଦିନ ଉପଲକ୍ଷେ ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ସହ ବାଲିଆପାଳର ଚୌମୁଖ, ଡଗରା ଓ ଚାନ୍ଦିପୁର ସମୁଦ୍ର ବେଳାଭୂମି ଉତ୍ସବମୁଖର ହୋଇଉଠିଛି। ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର ଓ ମନ୍ଦାରମଣିରେ ମଧ୍ୟ ଅସଂଖ୍ୟ ପର୍ଯ୍ୟଟକଙ୍କ ଭିଡ଼…

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି…

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ,୨୫ା୧୨:ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ…

ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର ଶୁଭମ୍‌ ଏସ୍‌ ଦାସ ଓ ଯୁକ୍ତ ୨ ପ୍ରଥମବର୍ଷ କଳା ଛାତ୍ର ଆଦିତ୍ୟ…

ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’ ରକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?