ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…
ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ, ସୋହେଲାର ଖବିଲା କୋଶଲେ(୨୬)। ବରଗଡ଼ ସଦର ଥାନା ପୋଲିସ…
ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା
ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି…
ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା
ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ ୪ସପ୍ତାହ ଧରି ଆୟୋଜିତ ହେଉଥିବା ‘ବରଗଡ଼ ଐତିହ ପଦଯାତ୍ରା–୨୦୨୬’ର ଚତୁର୍ଥ ପର୍ଯ୍ୟାୟ ରବିବାର…
ଏନ୍ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକରେ ଜିଲା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର…
ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ
ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଶନିବାର ବରଗଡ଼ ଡିଆର୍ସିଏସଙ୍କ…
ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…
ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଆବଶ୍ୟକୀୟ ‘ଟୋକନ୍’ ମିଳି…
ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ
ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏବେ ଖରିଫ ଚାଷ ପାଇଁ ପ୍ରସ୍ତୁତି ହେଉଥିବା ଚାଷୀ ମଣ୍ଡିରୁ…
ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍କୁ ବାଉଁଶ ବାଡ଼ ଭରସା
ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍ପାଲିସ୍ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା, ବାଉଁଶ ବାଡ଼ ଦିଆଯାଉଛି। ବରଗଡ଼ ଘରୋଇ ବସଷ୍ଟାଣ୍ଡ ନିକଟରେ ବିପଦସଙ୍କୁଳ ଅବସ୍ଥାରେ ରହିଥିବା…
ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…
ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର
ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ଅର୍ଜନ କରି ଶିକ୍ଷାନୁଷ୍ଠାନ ପାଇଁ…
ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…
ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର ହାତ ବଢ଼ାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ପୀଡ଼ିତ ପରିବାରକୁ ତୁରନ୍ତ ରେଡକ୍ରସ ପାଣ୍ଠିରୁ…
ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା
ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଟୋକନ ପାଇ ନଥିବା ଯୋଗୁ…

