ବରଗଡ଼

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଏନଜିଓ ସମ୍ମିଳନୀରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟା ଅସମାହିତ ରହିଛି। ମଣ୍ଡିକୁ ଧାନ ଆସୁଛି। ମାତ୍ର ତାକୁ କିଣାଯାଉ…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ ରବିବାର ବାଞ୍ଜିବାହାଲି-କଟାପାଲି ରାସ୍ତାରେ ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହୋଇଛି। ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ର…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ ସ୍ମାରକୀ ସ୍ବାଗତ ତୋରଣ, କେନାଲ ଉପରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଭଳି ଅନେକ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ ଚାଲିଥିବାରୁ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ ଧାନ ପଡ଼ିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ ସମସ୍ୟାରେ ଅଧିକ ଛନ୍ଦି ହୋଇ ଯାଇଛନ୍ତି। ଇତିମଧ୍ୟରେ ଅନେକ ଚାଷୀମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏହି ଘଟଣାରେ ୪ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ପଦ୍ମପୁର…

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା ଡ୍ରାଇଭର ମହାସଂଘ

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ଡ୍ରାଇଭର ମହାସଂଘ, ବରଗଡ଼ ଜିଲା ଶାଖାର ଏକ ପ୍ରତିନିଧି ଦଳ ଗୁରୁବାର ବିଭିନ୍ନ ଦାବି ନେଇ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ ସେମାନଙ୍କ ଦାବି ସମୂହ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଡେପୁଟୀ…

ଏନ୍‌ଇଇଟି ପେପର ଲିକ୍‌ ଘଟଣା: ଧର୍ମେନ୍ଦ୍ରଙ୍କ ବହିଷ୍କାର ଦାବି

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଦେଶରେ ଡାକ୍ତରୀ ଚୟନ ପ୍ରବେଶିକା ପରୀକ୍ଷା(ଏନଇଇଟି) ପେପର ଲିକ ଘଟଣା ଏବେ ଚର୍ଚ୍ଚାରେ ଥିବାବେଳେ ଆମ ଆଦମୀ ପାର୍ଟି(ଏଏପି) କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛି। ଏହାକୁ ନେଇ ଗୁରୁବାର ଏଏପି ବରଗଡ଼ ଜିଲା ପକ୍ଷରୁ ରାଷ୍ଟ୍ରପତିଙ୍କ…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ ଅନତିଦୂରରେ ୨ଲୁଟେରା ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମର ଜଣେ ମହିଳା ଏମ,…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଦ୍ମପୁର ଉପଖଣ୍ଡ ପୁରେନା ଗ୍ରାମର ତୁଳସୀରାମ ଭୁଏ ବୋଲି ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?