ବରଗଡ଼

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ ନେଇ ଗାଡ଼ି ଚାଳକମାନେ ଅସୁରକ୍ଷିତ ମନେକରିଛନ୍ତି। ଏହି କ୍ରମରେ ସେମାନଙ୍କ ସୁରକ୍ଷା ଦିଗରେ…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା ଗ୍ରାମର ଶୁକଦେବ ମହାନନ୍ଦ(୫୦) କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର ବାଦ ପଡ଼ି ନାହାନ୍ତି। ବିଭିନ୍ନ ଛାତ୍ରାବାସ, ଛାତ୍ରୀ ନିବାସ ଏବଂ ଚ୍ୟାମ୍ବର ଗୁଡିକରେ…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ନିରୀକ୍ଷଣ ଏବଂ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି ପୋଲିସ ହେଲେ ବରଗଡ଼ ଟାଉନ ଥାନା ଘୁଲିପାଲିର ବିକ୍ରମ ବେହେରା (୩୩) l…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ ନିର୍ଦ୍ଦେଶ ଦେବା ପରେ ଜିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି ଅବସରରେ ପ୍ରଥମେ ବକଟି ଉମା ମାହେଶ୍ୱରୀ ମନ୍ଦିରରୁ ମା’ ମାହେଶ୍ୱରୀଙ୍କର ଶାଳକା ବାଡ଼ି,…

ପୋଲିସ ଡ୍ରେସ ପିନ୍ଧି କରୁଥିଲେ ଆତଙ୍କିତ, ନକଲି ପୋଲିସଙ୍କୁ ବାନ୍ଧିଲା ଅସଲି ପୋଲିସ

ଅତାବିରା,୧୫।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅତାବିରା ଥାନା ଅସଲି ପୋଲିସ । ଗିରଫ ନକଲି ପୋଲିସଙ୍କ ନାମ…

ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଖାଦ୍ୟ…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ ଦୌରାଜଜ୍‌ ତଥା ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅନୁପ କୁମାର ନନ୍ଦଙ୍କ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?