ବରଗଡ଼

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ। ସକାଳ ୯ଟାରୁ ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ…

ଆଇଆଇଟି-ଜେଇଇ ମେନ୍‌ ପରୀକ୍ଷା: ବରଗଡ଼ କ୍ରୀଷ୍ଣା ବିକାଶର ସଫଳତା

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆଇଆଇଟି-ଜେଇଇ(ମେନ୍‌) ପ୍ରଥମ ପର୍ଯ୍ୟାୟ ପ୍ରବେଶିକା ପରୀକ୍ଷାରେ କ୍ରୀଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। କ୍ରୀଷ୍ଣା ବିକାଶ ଗ୍ରୁପର ମ୍ୟାନେଜିଂ ଡାଇରେକ୍ଟର ବିବେକ ଦାଶରୀ…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା କଟନୀଛଟନୀଠାରୁ ଆରମ୍ଭ କରି ଅଭାବୀବିକ୍ରି, ବିଭାଗୀୟ କର୍ମଚାରୀଙ୍କୁ ବେପାରୀମାନେ ହାତଗୁଞ୍ଜା ଦେଇ ସ୍ଲିପ୍‌…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ ଭୁଜାଲି ମାଡ଼ରେ ୨ଯୁବକଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ପରେ ବିଭିନ୍ନ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି। କିନ୍ତୁ ଏହି ମହୋତ୍ସବ ପାଇଁ ଏପର୍ଯ୍ୟନ୍ତ କୌଣସି ସ୍ଥାୟୀ ମଞ୍ଚ, ଦରବାର କିମ୍ୱା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ ହେଉଛନ୍ତି। ଶନିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ‘ସଂକଳ୍ପ’ ପରିବାରର ଷଷ୍ଠ…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଲଜ୍ଜାଜନକ ଘଟଣା ଆଲୋଡନ ଖେଳାଇ…

ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ ମଧ୍ୟ ଅନେକ ଚାଷୀ ଗତ ଖରିଫ ଧାନକୁ ଏପର୍ଯ୍ୟନ୍ତ ବିକ୍ରି କରି ପାରିନାହାନ୍ତି।…

ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ଭଟଲି ବ୍ଲକ ସୁଲୁସୁଲିଆ କୋଲିଆରି ଡ୍ୟାମ୍‌ଠାରେ…

ଚୋରି ମୋଟର ସାଇକେଲ ଜବତ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ପଦ୍ମପୁର,୧୩।୨(ପ୍ରଦୀପ୍ତ ଦାଶ): ପଦ୍ମପୁର-ଜଗଦଲପୁର ରାସ୍ତାରୁ ଚୋରି ହୋଇଥିବା ୟାମାହା(R15 V4) ମୋଟର ସାଇକେଲକୁ ପୋଲିସ ଜବତ କରିଛି। ଏହି ଘଟଣାରେ ତଦନ୍ତ କରି ପଦ୍ମପୁର ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦୀପକ ସାହୁ (୨୫)…

ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି । ମୃତ ମହିଳାଙ୍କ ନାମ କୋଳପତି ବିରଭଦ୍ରା (୫୮) ବୋଲି ଜଣାପଡିଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?