ଆଡ୍ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ
ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ରାୟଗଡ଼ା ଜିଲା କାଶିପୁର ଥାନା ଅଞ୍ଚଳର ପବିତ୍ର ନାଏକ…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ ଚଳିତ ବର୍ଷ ଧାନ ବିକ୍ରୟ କାର୍ଡ ପାଇଁ ପଞ୍ଜୀକରଣ ହେଉଛି। ଚଳିତବର୍ଷ ସ୍ବାଭାବିକଠାରୁ…
ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ
ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ ଅନ୍ୟଥର ଭଳି ଏଥର ମଧ୍ୟ ପଞ୍ଜୀକରଣରେ ନୂଆ କଟକଣା ଚାଷୀଙ୍କୁ ଅଡ଼ୁଆ ସାଜିଥିଲା…
ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…
ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ ରହିବା ଫଳରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି, ଯାହାକୁ ନେଇ ଅସନ୍ତୋଷ ବୃଦ୍ଧି…
ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ସିଡିଏଓଙ୍କ ଅବସର ପରେ ସେ ଏହି ପଦବୀରେ ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ବେଳେ,…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ ପ୍ରକ୍ରିୟା ବିଗତବର୍ଷ ତୁଳନାରେ ଧିମେଇ ଯାଇଛି।…
ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ
ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି। ପଞ୍ଜୀକରଣରେ ଏଗ୍ରିଷ୍ଟାକ୍ ଆଇଡିକୁ ନେଇ ଆରମ୍ଭରୁ ଅସନ୍ତୋଷ ତେଜି ଉଠିଥିଲା ଏବଂ ଆନ୍ଦୋଳନ…
ବ୍ରିଜ୍ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ
ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୋହେଲା ଥାନା ଏଏସ ଆଇ ମନରଞ୍ଜନ ପାଣିଗ୍ରାହୀଙ୍କ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…
ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ହେଉଥିବା ସ୍ଥାନରେ ଆୟୋଜିତ ଏହି ଶିବିରରେ ମୋଟ ୧୦୨ ୟୁନିଟ ରକ୍ତ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…

