ଭଦ୍ରକ

ବେଆଇନ ସ’ମିଲ୍‌ ଉପରେ ଚଢ଼ାଉ: ଯନ୍ତ୍ରାଂଶ, କାଠଗଣ୍ଡି ଜବତ

ଭଣ୍ଡାରିପୋଖରୀ,୩୦।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତ ଦାଣ୍ଡକୁଳଠାରେ ବେଆଇନ ଭାବେ ଚାଲୁଥିବା ଏକ ସ’ମିଲ୍‌ ଉପରେ ବୁଧବାର ସକାଳେ ବନବିଭାଗ ଚଢ଼ାଉ କରିଛି। ବନବିଭାଗ କର୍ମଚାରୀମାନେ ଏକ ଜେସିବି ସାହାଯ୍ୟରେ ସ’ମିଲକୁ ଭାଙ୍ଗିବା ସହ ଯନ୍ତ୍ରାଂଶ, କାଠଗଣ୍ଡି ଜବତ…

ମା’ ଭଦ୍ରକାଳୀଙ୍କ ସିଂହବାହିନୀ ବେଶ

ଭଦ୍ରକ ଅଫିସ, ୩୦ା୧୦:ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଚତୁର୍ଥ ଦିନରେ ବୁଧବାର ମା’ ସିଂହବାହିନୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ବୁଧବାର ଦିନ ତମାମ ମା’ଙ୍କର ସିଂହବାହିନୀ ବେଶକୁ ଦର୍ଶନ ପାଇଁ ପ୍ରବଳ ଭିଡ ଲାଗି ରହିଛି। ଭକ୍ତମାନେ ଧାଡି ବାନ୍ଧି…

ବାଘ ଗୁଜବ: ନିରାଶରେ ଫେରିଲେ ବନ କର୍ମଚାରୀ

ତିହିଡ଼,୩୦ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ମଥୁରାପୁର ଗ୍ରାମ ନିକଟସ୍ଥ କେନାଲ ଆଡ଼ିରେ ମଙ୍ଗଳବାର ସକାଳେ ଏକ ବାଘ ବୁଲୁଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଗ୍ରାମବାସୀ ଓ ଆଖପାଖ ଅଞ୍ଚଳର ଲୋକେ ଆତଙ୍କିିତ ହୋଇପଡ଼ିଥିଲେ। ଖବର…

ନକଲି ବିଦେଶୀ ମଦ କାରଖାନା ଠାବ

ଭଦ୍ରକ ଅଫିସ/ତିହିଡ଼ି,୩୦।୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସିନ୍ଦୋଳ ଗ୍ରାମରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ଚଢାଉ ବେଳେ କାରଖାନାରୁ ଲକ୍ଷାଧିକ ଟଙ୍କାର ନକଲି ମଦ, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ,…

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ,୨୯।୧୦: ଭଦ୍ରକ ଟାଉନ ଥାନା ଅଧୀନ ମୋଟେଲ ଛକରୁ ସୋମବାର ବିଳମ୍ବିତ ରାତିରେ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ ହୋଇଛି। ସୂଚନାଯୋଗ୍ୟ, କୌଣସି ସୂତ୍ରରୁ ଖବରପାଇ ସ୍ଥାନୀୟ କେତେକ ଯୁବକ ପିକ୍‌ଅପ୍‌ ଗାଡ଼ିକୁ ଅଟକାଇଥିଲେ। ପରେ ଏହାକୁ ନେଇ…

ରାଜରାଜେଶ୍ୱରୀ ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୯ା୧୦: ଜଗଜ୍ଜନନୀ ବିଷ୍ଣୁମାତା ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ମଙ୍ଗଳବାର ତୃତୀୟ ଦିନରେ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କର ଲମ୍ବା ଧାଡି ଦେଖିବାକୁ ମିଳିଥିଲା । ଏହି ଅବସରରେ…

ପ୍ରସିଦ୍ଧ ଭଦ୍ରକ କାଳୀପୂଜା: ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର

ଭଦ୍ରକ ଅଫିସ,୨୯।୧୦- ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା।୧୧ଟି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ଆବାହନ କରାଯାଇଛି। ସୋମବାର ଦ୍ୱିତୀୟ ଦିନରେ ପାଗ ଅନୁକୂଳ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ରାତି ବଢ଼ିବା ସହିତ…

ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍‌

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ତରିକା ଭିନ୍ନ କିନ୍ତୁ ଦୁହେଁ ବ୍ୟାଙ୍କରୁ ଟଙ୍କା ନେଇ ବାହାରି ଆସିବା ସମୟରେ ଲୁଟ୍‌ର ଶିକାର…

ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ଶିଶୁକନ୍ୟା ସମେତ ୨ ମୃତ

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଛକ ନିକଟରେ ସୋମବାର ଅପରାହ୍ନରେଏକ ଦୁର୍ଘଟଣା ଘଟି ବାଇକ୍‌ ଆରୋହୀଙ୍କ ସମେତ ପଛରେ ବସିଥିବା ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା…

ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ିବା ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକ ବ୍ଲକ କେଦାରପୁର ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ି ପ୍ରାୟ ୫୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିଲେ। ଏହି ଘଟଣାକୁ ତିନିଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ପଦକ୍ଷେପ ନିଆଯାଇନାହିଁ। ସୋମବାର ଜିଲା ଭାଜପା…

କାଳୀପୂଜା ଲାଗି ସରକାରୀ ଛୁଟି ଘୋଷଣା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୂଜା ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି। ଖାସ୍‌ ଏଥିପାଇଁ ଜିଲାର ସମସ୍ତ ସ୍କୁଲ, କଲେଜ ସମେତ ସରକାରୀ ଅଫିସକୁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଆଞ୍ଚଳିକ ଛୁଟି ଭାବେ ଘୋଷଣା କରାଯାଇଛି।…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ପ୍ରଥମ ଦିନ ଅର୍ଥାତ ରବିବାର ବେଦମାତା ବେଶ ଓ ଦ୍ୱିତୀୟ ଦିନ ସୋମବାର ମହାକାଳୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ମହାକାଳୀ ବେଶରେ ନାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?