କଟକ

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ ମାୟା ଦୁଇଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକଟି ଆଜି ଭୋର୍‌ ୨ଟା…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍‌ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ ସରକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ (OSNELIA) ସଂଘ କଟକ ଜିଲ୍ଲା ସଂଯୋଜକ କେଶବ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ମହାବିଦ୍ୟାଳୟର…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର ହୋଇଛି। ଏହି ଘଟଣାରେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଦୁଇ ଜଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଓ ଅତିରିକ୍ତ ଜିଲାପାଳ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ବିଦ୍ୟାଭାରତୀ ସିଆରପିସି ଧାରା…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ।…

ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ:ସବୁକିଛି ଛାର୍‌ଖାର୍‌

କଟକ,୩।୯(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଜଗତପୁର ଶିଳ୍ପାଞ୍ଚଳ ମଧ୍ୟରେ ଥିବା ପ୍ରଗତି କ୍ଷୀର କମ୍ପାନୀରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର କ୍ଷୀରଜାତ ଦ୍ରବ୍ୟପୋଡି ପାଉଁଶ ହୋଇଯାଇଛି। ଗୁରୁବାର ସକାଳୁ ଘଟିଛି ଏହି ଅଗ୍ନିକାଣ୍ଡ।…

ଓଟିଇଟି ପରୀକ୍ଷାଫଳ ପ୍ରକାଶ: ପାସ୍‌ ହାର ରହିଛି…

କଟକ,୩ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କ କୃତକାର୍ଯ୍ୟ ହାର ୬୪.୪୮% ହୋଇଛି। ପେପର-୧ରେ ପାସ୍‌ ହାର ୬୮.୨୮% ଓ ପେପର-୨ରେ ପାସ୍‌ ହାର ୬୦.୬୮%…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ ବର୍ଷ ଏହି ପରୀକ୍ଷାରେ ମୋଟ୍ ପାସ୍ ହାର ୬୪.୪୮ ପ୍ରତିଶତ ରହିଛି। ସୂଚନା…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ । ତେବେ ଜଣେ ବୃଦ୍ଧ ନାବାଳିକାଙ୍କୁ ଅପହରଣ କରିବା ନେଇ ଅଭିଯୋଗ ହୋଇଥିଲା…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନ ଦେବା ସମୟରେ ନିମ୍ନ ଅଦାଲତ ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?