ଢେଙ୍କାନାଳ

ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି: ସ୍ବୟଂଶାସିତ ମାନ୍ୟତା ହରାଇବ ଢେଙ୍କାନାଳ କଲେଜ

ଢେଙ୍କାନାଳ ଅଫିସ, ୨୬।୧୦ – ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି ପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ରାଜ୍ୟ ସରକାର ସମସ୍ୟାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ବସିଛି ଏହି…

ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଆରମ୍ଭ ହେଲା ସବୁଜ ବିଦ୍ୟାଳୟ ପରିଯୋଜନା

ଢେଙ୍କାନାଳ ଅଫିସ, ୨୫।୧୦- ଛାତ୍ରୀଛାତ୍ରଙ୍କୁ ପରିବେଶ ସହ ଯୋଡ଼ିବା ଭଳି ମହତ୍‌ ଉଦ୍ଦେଶ୍ୟ ରଖି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ ପକ୍ଷରୁ ଗୁରୁବାରଠାରୁ ଆରମ୍ଭ ହୋଇଛି ସବୁଜ ବିଦ୍ୟାଳୟ ପରିଯୋଜନା। ନୂଆଦିଲ୍ଲୀସ୍ଥିତ ଶକ୍ତି ଓ ସମ୍ବଳ ଶିକ୍ଷାନୁଷ୍ଠାନ ସହଭାଗିତାରେ ଅନୁଗୋଳ…

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବିକଳ ଚିତ୍ର: ସ୍ବାସ୍ଥ୍ୟସେବା ସମୁଦ୍ରକୁ ଶଙ୍ଖେ

କାମାକ୍ଷାନଗର, ୨୫।୧୦(ଡି.ଏନ୍‌.ଏ.)-ବିଗିଡ଼ିଯାଇଛି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବା। ମେଡିକାଲ ଭିତରକୁ ପଶିବା କ୍ଷଣି ଶୁଣିବାକୁ ମିଳୁଛି କେବଳ ‘ନାହିଁ’। ବାରଣ୍ଡାରେ ପଡ଼ି ରୋଗୀ ଛଟପଟ ହେଉଥିବାବେଳେ ମନମାନି କରୁଛନ୍ତି ଡାକ୍ତର। ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ କଥାକୁ ବି କେହି ଖାତିର କରୁନାହାନ୍ତି। ଓଲଟି…

ଲଗାଣ ବର୍ଷାରେ ଢେଙ୍କାନାଳ ବେହାଲ

ଢେଙ୍କାନାଳ ଅଫିସ,୨୪ା୧୦-ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ଧରି ଲଗାଣବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ଅଞ୍ଚଳ ଜଳମୟ ହୋଇପଡିଛି। ବୁଧବାର ଜିଲାରେ ୩୦୪.୩ ମିିଲିମିଟର ବର୍ଷା ହୋଇଥିବାବେଳେ ହିନ୍ଦୋଳରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ହୋଇଛି। ସେହିପରି ଗୁରୁବାର ସକାଳ ସାଢେ…

ଛୁଆ ହାତୀର ମୃତ ଦେହ ଉଦ୍ଧାର, ହାତୀ ପଲଙ୍କ ଆକ୍ରମଣରେ ମୃତ୍ୟୁ ସନ୍ଦେହ

ପରଜଙ୍ଗ,୨୪।୧୦(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଡମୋଳ ଗାଁ ନିକଟ ଧାନ ବିଲରୁ ଗୁରୁବାର ଏକ ଛୁଆ ହାତୀର ମୃତଦେହକୁ ଉଦ୍ଧାର କରାଯାଇଛି। ହାତୀଟି ବୁଧବାର ରାତିରୁ ମରି ପଡ଼ିଥିବା ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଉକ୍ତ…

ବାଲ୍ୟ ବିବାହକୁ ନା, ବିଦ୍ୟାଳୟକୁ ହଁ: ଶପଥ ନେଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୪।୧୦ – ଢେଙ୍କାନାଳ ଜିଲା ପ୍ରଶାସନ, ଆକ୍ସନ ଏଡ୍‌ ଏବଂ ୟୁନିସେଫ୍‌ର ମିଳିତ ସହଯୋଗରେ ଗୋବିନ୍ଦପୁରସ୍ଥିତ କାମାକ୍ଷା ପ୍ରସାଦ ହାଇସ୍କୁଲରେ ‘ବାଲ୍ୟ ବିବାହକୁ ନା ଏବଂ ବିଦ୍ୟାଳୟକୁ ହଁ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ…

୧୦ କୋଟି ଟପିଲା ବ୍ୟବସାୟ

ଢେଙ୍କାନାଳ ଅଫିସ, ୨୪।୧୦ – ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଅବସରରେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ଲାଗି ଆୟୋଜିତ ହେଉଥିବା ସରସମେଳା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ମେଳାରେ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟବସାୟ ହୋଇଛି, ଯାହା ଏକ ନୂଆ…

ନିମ୍ନମାନର ରାସ୍ତା କାମକୁ ବିରୋଧ: ଯନ୍ତ୍ରୀ ମାନିଲେ, ବନ୍ଦ ହେଲା କାମ

କାମାକ୍ଷାନଗର, ୨୩।୧୦(ଡି.ଏନ୍‌.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ। ଏହାକୁ ନେଇ ପ୍ରତିବାଦର ସ୍ବର ଉଠିବା ପରେ ବିଭାଗୀୟ ଯନ୍ତ୍ରୀ…

ଜବାହରଚୌକ ପ୍ଲାଟିନମ୍‌ ଜୁବିଲି ସମାରୋହ ଉଦ୍‌ଯାପିତ: ‘ଲକ୍ଷ୍ମୀପୂଜା ଢେଙ୍କାନାଳର ପରିଚୟ’

ଢେଙ୍କାନାଳ ଅଫିସ, ୨୩।୧୦- ଲକ୍ଷ୍ମୀପୂଜା ଢେଙ୍କାନାଳର ପରିଚୟ। ପୂଜା ପ୍ରତିଷ୍ଠାନଗୁଡ଼ିକର ନିଷ୍ଠାପର ଉଦ୍ୟମ ଲାଗି ଏହାର ଉତ୍କର୍ଷ ବଢ଼ିବାରେ ଲାଗିଛି। ଏହି ମାଟିରୁ ସୃଷ୍ଟି ହୋଇଥିଲା ଗଡ଼ଯାତ ଆନ୍ଦୋଳନ। ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମ ଏହାର ଆଉ ଏକ ଅବଦାନ। ଜିଲାର…

୨୪ରେ ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି

ଢେଙ୍କାନାଳ ଅଫିସ,୨୨ା୧୦ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ଭସାଣି ଉତ୍ସବ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ସୋମବାର ଅପରାହ୍ନ ୪ଟାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶଚନ୍ଦ୍ର…

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ ନେଇ ସରପଞ୍ଚଙ୍କ ବିରୋଧରେ ବିଡିଓଙ୍କୁ ଫେରାଦ ହୋଇଛନ୍ତି ହିତାଧିକାରୀ। ଅଭିଯୋଗକାରୀ ସୋସିଆଲ ମିଡିଆରେ ମଧ୍ୟ…

ମଦ ବିରୋଧରେ ଗର୍ଜିଲେ ମହିଳା

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବସୁଲେଇ ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ରଣହୁଙ୍କାର ଦେଇଛନ୍ତି ମହିଳା ଗୋଷ୍ଠୀ। ରବିବାର ଏକ ବିଶାଳ ଶୋଭାଯାତ୍ରାରେ ୭୦ ସ୍ବୟଂ ସହାୟକ ଗୋଷ୍ଠୀର ୫୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ମଦ ବିରୋଧୀ ସ୍ଲୋଗାନ୍‌ ଦେଇ ଜନସଚେତନତା ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri