ଗଜପତି

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ୪ ଗୋଟି ଟ୍ରାପ କ୍ୟାମେରା ଲଗାଇଛନ୍ତି । ସୂଚନା…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪ ଦିନ ତଳେ କାଇଟିମା ଗାଁ ର ରୟାମ ବେହେରାଙ୍କ ଏକ ବଳଦକୁ ଅଜଣା…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ ସେମାନଙ୍କ…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ ଓ ସ୍ତ୍ରୀ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି। ନିଆଁର ପ୍ରକୋପ ଏତେ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏହି ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଅଭିଯୁକ୍ତ…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ ଲାଗିଥିବା ଯୁଦ୍ଧର ପ୍ରଭାବ ଏବେ ସିଧାସଳଖ ସାଧାରଣ ଖାଉଟିଙ୍କ ରୋଷେଇ ଘର ଉପରେ…

ରାଜ୍ୟରେ ବଢୁଛି ଶିଶୁ ଯୌନ ନିର୍ଯାତନା, ଛାତ୍ରୀଛାତ୍ରଙ୍କୁ ତାଲିମ୍ ଦେଲା ଗଜପତି ପୋଲିସ

ମୋହନା,୧୨।୩( ମନ୍ମଥ ମିଶ୍ର ): ଦୀନକୁ ଦିନ ରାଜ୍ୟରେ ଶିଶୁ ନିର୍ଯାତନା ସହ ଦୁଷ୍କର୍ମ ବଢ଼ିବାରେ ଲାଗିଛି । ଯାହା ଫଳରେ ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟକୁ ବିଦ୍ୟାଳୟ ଯାଇ ସଚେତନ ସହ ସ୍ଵତନ୍ତ୍ର ତାଲିମ୍ ଦିଆଯାଉଛି ।ମୋହନା ଥାନା ଗୁଣ୍ଡୀମା…

କେଶରୀ ନଗର ହନୁମାନ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ଜୋରଦାର: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ମୋହନା,୯।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କେଶରୀ ନଗର ହନୁମାନ ମନ୍ଦିରରେ ଧ୍ୱଜାରୋହଣ ସହ ମହାଦେବ ମନ୍ଦିର ଓ ବୁଦ୍ଧ ମନ୍ଦିର ପ୍ରତିଷ୍ଠା ପାଇଁ ମୂଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ଏପ୍ରିଲ ମାସ ୮ ତାରିଖରୁ ୧୪…

ଭାରସାମ୍ୟ ହରାଇ ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟି ପଡ଼ିଲା ବୋଲେରୋ, ଭିତରେ ଥିଲେ…

ମୋହନା,୪ା୩(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତାକଡ଼ର ଡ୍ରେନ୍‌ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିପଡ଼ିଲା ବୋଲେରୋ। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ ବ୍ୟକ୍ତି। ସୂଚନା ପ୍ରକାରେ ଅଡ଼ବା ଥାନା ଅନ୍ତର୍ଗତ ମୁଠାଗୁଡା ଗାଁରେ ବୋଲେରୋଟି ପଙ୍କ୍‌ଚର ହୋଇଥିଲା। ତାହା ସଜାଡ଼ିବା ପାଇଁ…

ମଧ୍ୟପ୍ରାଚ୍ୟରେ ଫସି ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଓଡ଼ିଆ: ବାଟ ଚାହିଁ ବସିଛନ୍ତି ପରିବାର ଲୋକେ

ପାରଳାଖେମୁଣ୍ଡି,୩ା୩(ଗିରିଧାରୀ ପରିଚ୍ଛା):ବିଶ୍ୱର ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଆମେରିକା, ଇରାନ, ଇସ୍ରାଇଲ ମଧ୍ୟରେ ଏବେ ଯୁଦ୍ଧ ଚାଲିଛି। ଏହି ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଅନେକ ପ୍ରବାସୀ ଭାରତୀୟ କାତାର, ଇରାନ, ଇରାକ, ଆବୁଧାବୀ, ବେହେରାନ୍‌ ଆଦି ଅଞ୍ଚଳରେ ବିଭିନ୍ନ କାର୍ଯ୍ୟରେ ନିୟୋଜିତ…

ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର

ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗଞ୍ଜାମ ଜିଲ୍ଲା କଂସାମାରୀ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?