ଗଞ୍ଜାମ

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ ପ୍ରବାହିତ ହେବା ଫଳରେ ରାସ୍ତାର ଉଭୟ କଡ଼ ରେ ଥିବା ବହୁସଂଖ୍ୟକ ଘର…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର ବେଗ ବଢ଼ିଥିବାରୁ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଜୁଆର…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଋଷିକୂଲ୍ୟା ନଦୀର ଜଳପତ୍ତନ ବଢ଼ିବା ସହ…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା ଗ୍ରାମରେ ଝାଟିମାଟି ଘରର କାନ୍ଥ ଭୁଶୁଡ଼ି ପଡ଼ି ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିଛି ସ୍ଥାନରେ ଚାଷ ଜମିଗୁଡିକରେ ପାଣି ପଶି ଜଳାର୍ଣ୍ଣବ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି । ଏଥିସହ ପବନର ବେଗ ମଧ୍ୟ ବେଳକୁ ବେଳ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର ପ୍ରଭାବରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଏକ ବିଦ୍ୟୁତ ଖୁଣ୍ଟି…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁରୁବାର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର ଧୀରେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ର ଏସ୍‌ ସୋହନ ରେଡ୍ଡୀ ସ୍ବର୍ଣ୍ଣ ପଦକ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି। ନଦୀଗୁଡ଼ିକର ଜଳସ୍ତର…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ଦିଗପହଣ୍ଡି ବ୍ଲକ୍‌ସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ କ୍ରମାଗତ ଭାବେ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?