ଗଞ୍ଜାମ

ବିଦ୍ୟୁତ୍‌ ସଂସ୍ପର୍ଶରେ ମୃତ୍ୟୁ ଘଟଣା : ସାଉଥ୍‌କୋ ଅଫିସ ଆଗରେ ଧାରଣା ଦେଲା ଭାଜପା

ବ୍ରହ୍ମପୁର ଅଫିସ,୧୩ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ୍‌ ପରିବଣ୍ଟନ ସଂସ୍ଥା ସାଉଥ୍‌-କୋର ବ୍ରହ୍ମପୁରସ୍ଥ କର୍ପୋରେଟ ଅଫିସ ଆଗରେ ବୁଧବାର ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଗତ ରବିବାର ରଙ୍ଗେଇଲୁଣ୍ଡା ବ୍ଲକ ମେଣ୍ଢରାଜପୁର ଛକ ରାସ୍ତାରେ ଚଳନ୍ତା ବସ୍‌…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା: ଜେଲ ଗଲେ ଫେରାର ବି. ଟେକ୍‌ ଛାତ୍ର

ଦିଗପହଣ୍ଡି,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଉକ୍ତ ଅଞ୍ଚଳର ବି.ଟେକ୍‌ ଛାତ୍ର ପ୍ରିୟବ୍ରତ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜେଜେମା’ ନାତିଙ୍କ ଜୀବନ ଗଲା

ଭଞ୍ଜନଗର,୧୨।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରାଠାରେ ବିଦ୍ୟୁତ୍‌ ତାର ଲାଗି ବସ୍‌ ଅଘଟଣ ମନରୁ ନ ଲିଭୁଣୁ ପୁଣି କୋକଳୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି । ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ କୋକଳୁଣ୍ଡା…

ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ ଢାଳି ନିଆଁ ଲଗାଇବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବ୍ରହ୍ମପୁର ଏସ୍‌ପି କାର୍ଯ୍ୟାଳୟ ପରିସରରେ…

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଗୋପାଳପୁର,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଛକରେ ଗତ ରବିବାର ବସ୍‌ ଦୁର୍ଘଟଣାରେ ୧୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରଠାରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଥିବା ସୂଚନା ମିଳିଛି। ସେ ହେଲେ…

ଫାଇନାନ୍ସ ଏଜେଣ୍ଟଙ୍କୁ ମାରଣାସ୍ତ୍ର ଦେଖାଇ ୧.୩୮ଲକ୍ଷ ଲୁଟ୍‌

ସୋରଡା,୧୨ା୨(ଡି.ଏନ୍‌.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ୧ଲକ୍ଷ ୩୮ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ସୋରଡା ଥାନାରେ ଅଭିଯୋଗ ପରେ…

ରାସ୍ତା ଉପରେ ପରିବା ବିକ୍ରି, ରହୁନି ଡଷ୍ଟବିନ୍‌

ଛତ୍ରପୁର,୧୨ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ସାଇକେଲରେ ଛତ୍ରପୁର ଏନ୍‌ଏସି ବୁଲିଥିଲେ। ମଦ ଦୋକାନଠାରୁ ଆରମ୍ଭ କରି ଚା ଦୋକାନ, ପରିବା, ଛତୁ ଦୋକାନ, ଫାଷ୍ଟଫୁଡ୍‌ ଆଦିକୁ ଯାଇ ଜିଲାପାଳ ଯାଞ୍ଚ କରିଥିଲେ ା ସବୁଠି ଅବ୍ୟବସ୍ଥା…

ଦକ୍ଷିଣା ନ ଦେବାରୁ ଭକ୍ତଙ୍କୁ ଖଣ୍ଡାରେ ହାଣିଲେ: ୨ ପୂଜକ ଗିରଫ

ପୁରୁଷୋତ୍ତମପୁର,୧୨ା୨(ଡି.ଏନ୍‌.ଏ.)- ଗଞ୍ଜାମର ଇଷ୍ଟଦେବୀ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦକ୍ଷିଣା ନ ଦେବାରୁ ଜଣେ ମହିଳା ଭକ୍ତଙ୍କୁ ପୂଜକ ଗାଳିଗୁଲଜ କରିବା ସହ ତାଙ୍କ ଜ୍ୱାଇଁଙ୍କୁ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର…

ଡଙ୍କଲପାଡୁରେ ବସ୍‌ ଟ୍ରାଜେଡି: ଦ୍ରୌପଦୀଙ୍କୁ ସହାୟତା ପ୍ରତିଶ୍ରୁତି ଦେଲେ ଜିଲାପାଳ

ଗୋପାଳପୁର,୧୨ା୨-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ରବିବାର ନିର୍ବନ୍ଧ ପାଇଁ ଯାଉଥିବା ଏକ ବସ୍‌ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗିଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣାକୁ ତିନି ଦିନ ବିତିଯାଇଥିଲେ ମଧ୍ୟ ଉକ୍ତ ଗ୍ରାମରେ କାନ୍ଦବୋବାଳି…

ଜାଲ୍‌ ପ୍ରମାଣପତ୍ର ଦେଇ ଚାକିରି, ୩ ଶିକ୍ଷକ ଫେରାର

ଛତ୍ରପୁର,୧୧ା୨(ଡି.ଏନ.ଏ)-ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଟିଚର, ଶିକ୍ଷା ସହାୟକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରାଯାଉଛି। ଏହି କ୍ରମରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ…

ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ ଚିକିଟି ବିଧାୟିକା ଉଷା ଦେବୀ, ବ୍ଲକ ଅଧ୍ୟକ୍ଷା ଏମ.ପଦ୍ମାବତୀ, ତହସିଲ ଓ ବ୍ଲକ…

ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ପାତ୍ରପୁର,୧୧ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଫେରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?