ଗଞ୍ଜାମ

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛନ୍ତି। ପଞ୍ଜାବ ପ୍ରଦେଶ ଜଳନ୍ଧର ସହରରେ ଦୁଇଦିନ ଧରି ଆୟୋଜିତ ହୋଇଥିବା…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିଲେ। ତାଙ୍କୁ ଅପହରଣ ଓ ବଳାତ୍କାର…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ ରୋଡ଼ ସମେତ ବିଭିନ୍ନ ପାର୍କ, ବାଳିକା ହାଇସ୍କୁଲ, ମହିଳା ମହାବିଦ୍ୟାଳୟ ନିକଟରେ ସହରର…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା ସାହିର ସୁନାମଧନ୍ୟ ଖେଳାଳି ଭି. ରମେଶ ରାଓ ପୁରୁଷ ଇପି ଓ ଫଏଲ…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ ଫଳାଫଳ ପ୍ରକାଶ ପରେ ଏଥିରେ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ବିତିଗଲାଣି କିନ୍ତୁ ସ୍ଥାୟୀ କୋଠା ହୋଇପାରୁ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା ପୋଲିସ । ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପାଟପୁର ପୋଲିସ ରବିବାର ସକାଳେ…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେବା ସହ ଏକ ପ୍ରକାର ଛନକା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ ଯୁଦ୍ଧ ଚାଲିଥିବାରୁ ଖାଉଟିଙ୍କୁ ସିଲିଣ୍ଡର ଯୋଗାଣରେ ଅଧିକା ବିଭ୍ରାଟ ଦେଖାଦେଇଛି । ବିଶେଷକରି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା ୧୯୮୨ ମସିହା ମାଟ୍ରିକ ବ୍ୟାଚର ବହୁସଂଖ୍ୟକ ପୁରାତନ ଛାତ୍ର ଏକାଠି ହୋଇ ଦିଗପହଣ୍ଡି…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି । ରବିବାର ସକାଳେ ୨ ଟି ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀମାନେ…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ ହୋଇଥିଲା। ଏଥିରେ ହରିଗଡ଼ ୨୮ ରନ୍‌ରେ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ଉତ୍ତୀର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?