ଗଞ୍ଜାମ

ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ପାଇଁ ଚଳଚଞ୍ଚଳ ଛତ୍ରପୁର ସହର : ଆର୍ଶୀବାଦ ନେଲେ ଜିଲାପାଳ

ଛତ୍ରପୁର,୧୭।୯,(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗଞ୍ଜାମ ଜିଲାର ଛତ୍ରପୁର ସହର। ବିଶ୍ୱକର୍ମା ପୂଜାକୁ ନେଇ ସହରର ବିଭିନ୍ନ ସ୍ଥାନରେ ଆକର୍ଷଣୀୟ ସାଜସଜ୍ଜା ସହ ଆଲୋକମାଳାରେ ପୂଜା ମଣ୍ଡପଗୁଡ଼ିକୁ ସଜାଯାଇଛି। ଫଳରେ ସମଗ୍ର ସହରରେ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ଜବତ କରାଯାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪୫/୨୬) ରୁଜୁ ହୋଇଛି।…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର ବାରିପଟ ମାଟିତଳୁ ଗୁରୁବାର ଭୋରରୁ ପ୍ରାୟ ୪ ଇଞ୍ଚ ଲମ୍ବା ବିଶିଷ୍ଟ ସୁନା…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ସଂଖ୍ୟା ବୃଦ୍ଧି ପାଇବା…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ ଖାଉଥିବା ଦେଖାଦେଇଛି। ଭାରତୀୟ ବିରଳ ମୃତ୍ତିକା (IREL) ପକ୍ଷରୁ ବାଲି ଖନନ ପାଇଁ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ ଦେବାଶିଷ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ଏସ୍‌ପି ପ୍ରଶାନ୍ତ କୁମାର ଦାଶ, ଏସ୍‌ଡିପିଓ…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି। ଏହି ପରିପ୍ରେକ୍ଷୀରେ ଛତ୍ରପୁର ପୂର୍ବତନ ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ନିଜ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ ଲାଗିଛି। ଇଂରାଜୀ ପେପର ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ କରି ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇବା…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ ଅଲ୍‌ଟୋ କାର୍‌ (OD 07 AN 8219) ଜବତ କରିବା ସହ ଜଣେ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ ବୁଧବାର ପ୍ରିୟଙ୍କା ବାଡ଼ତ୍ୟା(30)ଙ୍କ ମୃତ୍ୟୁ ହୋଇଛି । ଗତ ଚାରି ମାସ ତଳେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ତାଲୁକା ସଭାପତି ଗଣେଶ୍ୱର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମିଳନୀରେ ଦିଗପହଣ୍ଡି ବିଧାୟକ…

ମା’ ରାମଚଣ୍ଡୀ ଶକ୍ତିପୀଠର ନୂତନ କର୍ମକର୍ତ୍ତା ଚୟନ; ପୁଣି ସଭାପତି ହେଲେ ସିଏଚ ଦୟାନନ୍ଦ, ବିମଳ ପଣ୍ଡା ସମ୍ପାଦକ

ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ପୂଜା କମିଟିର ନୂତନ କର୍ମକର୍ତ୍ତା ଚୟନ ଓ ମା’ଙ୍କ ଷୋଡଶଦିନାତ୍ମକ ପୂଜା ନିମନ୍ତେ ଏକ ପ୍ରସ୍ତୁତି ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା । କମିଟିର ଦୁଇଜଣ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?