ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ବଡ଼ ଅଭିଯୋଗ ଆଣିଲେ ପରିବାର ଲୋକେ
ଦିଗପହଣ୍ଡି,୨୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ିି ପଞ୍ଚାୟତ ବିରି ବାଡ଼ିଆ ଗ୍ରାମର ଚିତ୍ରସେନ ମଲ୍ଲିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଖବରପାଇ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର,ଏସ.ଆଇ ଦୁଷ୍ମନ୍ତ…
ସକାଳୁଆ ଅଫିସ ନିର୍ଦ୍ଦେଶକୁ ଅବମାନନା: ୧୦ଟାରେ ଖୋଲୁଛି ଆରଡବ୍ଲୁଏସଏସ, ଆରଡି ଅଫିସ
ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦେଖି ସରକାର ବୁଧବାର (ଆଜି ଠାରୁ) ବିଦ୍ୟାଳୟ ଓ କଲେଜ ଗୁଡିକ ବନ୍ଦ ଘୋଷଣା କରିଛନ୍ତି। ଯେଉଁଠି ପରୀକ୍ଷା ଚାଲିଛି ତାହା ସ୍ବାଭାବିକ ଭାବେ ଚାଲିବ। କିନ୍ତୁ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଜିଲା…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣ ଯୋଗାଯୋଗର ପ୍ରୀତିପନ୍ନା ବେହେରା ଏବଂ ଇତିହାସରେ ସାଗର ପ୍ରଧାନ ଟପ୍ପର ହୋଇଛନ୍ତି।…
ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର
ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଭଗବାନପୁର ଗ୍ରାମର ନିର୍ବାହୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟରେ…
କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,
ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ ହୋଇଛି। ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ। ଏଭଳି କେହି ଦୁର୍ବୃତ୍ତ…
ମାଙ୍କଡ଼ କାମୁଡ଼ାରେ ୪ ଆହତ
ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର ୪ ଜଣ ଆହତ ହୋଇଛନ୍ତି। ସେମାନେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଗ୍ରାମର…
ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ
ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ମଙ୍ଗଳବାର ପଞ୍ଚମ ଦିବସରେ ପହଞ୍ଚିଛି। ସନ୍ଧ୍ୟାରେ ଯାଜପୁର ରଘୁନାଥ ମଠର ମହନ୍ତ ପଣ୍ଡିତ…
ବିଶ୍ବ ଧରିତ୍ରୀ ଦିବସ ପାଳିତ
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁ ସ୍ତରରେ ପରିବେଶ ସୁରକ୍ଷା ପାଇଁ ପଦକ୍ଷେପ ନେବାର…
ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ, ରାଷ୍ଟ୍ରୀୟ…
ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ
ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପ୍ରତାପୁର ଗ୍ରାମ କିମ୍ବଦନ୍ତୀପୂର୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ଦୀର୍ଘ ୭…
ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ ହେଲେ ଭଞ୍ଜନଗର ଏନଏସି ରୋଡର ଡି ମୁନା ରାଓ ଏବଂ ଲାଲସିଂର ତୋଫାନ ଭୂୟାଁ…
୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ନୟାଗଡ଼ ଜିଲା ଗଣିଆ ନିକଟସ୍ଥ ମହାନଦୀରୁ ପାଣିଆଣି ଗଞ୍ଜାମ ଜିଲାର…
Archives


