ଗଞ୍ଜାମ

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସୁଛି। ଏହା ଉପରେ ଅଂକୁଶ ଲଗାଇବା ପାଇଁ ଏମ୍‌କେସିଜି କର୍ତ୍ତୃପକ୍ଷ…

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍‌ଏସି…

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ କରୁଥିବା ଲୋକେ ଶୁଣିବାକୁ ପାଇଥିଲେ। ପରେ ଯାଇ ଦେଖିବା ପରେ ପରିତ୍ୟକ୍ତ ଅବସ୍ଥାରେ…

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଭିତ୍ତି କରି ବିଚାରପତି ଦୁଇ ମହିଳାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଆଜି ପ୍ରଥମ ଦିନରେ ସାନଖେମୁଣ୍ଡି ବିଧାନସଭା ଆସନ ନିମନ୍ତେ ବିଜୁ ଜନତା…

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ ପଣ୍ଡା ଗୁରୁବାର ସନ୍ଧ୍ୟାରେ ଦଳରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ରାଜ୍ୟ…

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ ଦଳ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି।…

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ଖୁଣ୍ଟଗୁଡ଼ିକ ପଡ଼ି ରାସ୍ତା ଅବରୋଧ ହୋଇଛି। ରଥସାହିଛକ, କଲେଜଛକ, କାଳୀମନ୍ଦିର ଛକ…

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪…

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ…

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ।…

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri