ଗଞ୍ଜାମ

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା ବାଧାପ୍ରାପ୍ତ ହେଉଛି। ବହୁସଂଖ୍ୟକ ଛାତ୍ର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ ମହାନ୍ତଙ୍କୁ ସାକ୍ଷାତ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ନିଆରା ଢଙ୍ଗରେ ରାକ୍ଷୀ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଘୁମୁସର…

ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର ପଣ୍ଡାଙ୍କ ଝିଅ । ସେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ନବମ ଶ୍ରେଣୀ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ ଘଟିଛି। ଏହି ଘଟଣାରେ ପୋଲିସ ଦୁଇ ପୃଥକ୍ ମାମଲା ରୁଜୁ କରିବା ସହ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆବାହକ ବ୍ରହ୍ମଚାରୀ ଅନ୍ତର୍ଯ୍ୟାମୀ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଅତର୍କିତ ଚଢ଼ାଉ କରି ୩୦ ବୋତଲ ବିଦେଶୀ ମଦ…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ ଓମ୍ ନୀଳକଣ୍ଠେଶ୍ୱର ଆବାସିକ ବିଦ୍ୟାଳୟର ଦୁଇ ଦୁଇ ଜଣ ଛାତ୍ର ତଥା ପି…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଥାନା ମାମଲା ନଂ.୩୫୧/୨୬ ବିଏନ୍ଏସର ଦଫା –…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା ସୁରକ୍ଷା ଓ ସଚେତନତା ପାଇଁ ନିମ୍ନଲିଖିତ ମୁଖ୍ୟ ନିଷ୍ପତ୍ତିଗୁଡ଼ିକ ନିଆଯାଇଛି। ଜିଲାରେ ବାଲ୍ୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ ମିଷ୍ଟ ଭାଷୀ ଭଦ୍ର ନମ୍ର ପର ଉପକାରୀ ବ୍ୟକ୍ତି ଥିଲେ l ତାଙ୍କ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି। ଗୋହତ୍ୟା ବନ୍ଦ, ଧର୍ମାନ୍ତରୀକରଣ ରୋକିବା ଏବଂ ଗୋ-ଆଧାରିତ କୃଷିକୁ ପ୍ରୋତ୍ସାହନ ଦେବା ନେଇ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ଅଭିଯୋଗ ହୋଇଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?