ଗଞ୍ଜାମ

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ କାର୍ଯ୍ୟାଳୟ ତାଲା ଖୋଲା ରହିଥିବା ବେଳେ କୌଣସି କର୍ମଚାରୀଙ୍କ ଦେଖା ମିଳି…

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ପୂଜାପ୍ରିୟଦର୍ଶନୀ ପତି ମାମଲାର ଶୁଣାଣି କରି ଭୂତସରସିଙ୍ଗି କାନରାବ୍ୟାଙ୍କ ପିଅନ ରାମଚନ୍ଦ୍ର ନାୟକ(…

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ସମବେତ ଜିଲାର କୃଷକ ମାନଙ୍କ ସକାଶେ ଏକ ସମାବେଶ…

ମାସେ ହେଲା ବିନା ଡାକ୍ତରରେ ସେବା

ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ଦେଖାଯାଉଛି। ଜିଲାର କୁକୁଡାଖଣ୍ଡି ବ୍ଲକର ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ସାଂଘାତିକ…

ଛାତକୁ ଯାଇଥିଲେ ମହିଳା, ଗୋଡାଇଲା ମାଙ୍କଡ, ଆଉ ତା’ପରେ…

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୪ ସୁନାରି ସାହିର ଜଣେ ମହିଳା ଶୁକ୍ରବାର ସକାଳେ ଛାତରୁ ଖସିପଡି ଗୁରୁତର ଆହାତ ହୋଇଛନ୍ତି। ସେ ହେଲେ ବି.ମୀନାକ୍ଷୀ ରେଡ୍ଡୀ। ସକାଳ ପ୍ରାୟ ୭ଟାରେ ମୀନାକ୍ଷୀ ଲୁଗା ଶୁଖାଇବା ପାଇଁ ୨…

ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା…

ମ୍ୟୁନିସିପାଲଟି ଦାବି ଜୋର୍‌ ଧରିଲା: ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଏମ୍‌ପି-ବିଧାୟକ

ଛତ୍ରପୁର,୩।୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦେବା ନେଇ ପୁଣି ଦାବି ଉଠିଛି। ବୁଧବାର ଛତ୍ରପୁର ଗସ୍ତରେ ଆସିଥିବା ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଏନେଇ ଏକ ସ୍ମାରକପତ୍ର…

ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଶାକର୍ମୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୩।୧୦(ଦିଲ୍ଲୀପ ସାମଲ):  ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଏକ ଦାବିପତ୍ର ଗଞ୍ଜାମ ଜିଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି l ଆଶାକର୍ମୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରାଯିବା,…

ମା’ ତାରାତାରିଣୀ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା, ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କଲେ ୩ ମନ୍ତ୍ରୀ

ପୁରୁଷୋତ୍ତମପୁର,୩ା୧୦(ସୀମାଞ୍ଚଳ ମିଶ୍ର): ଗୁରୁବାରଠାରୁ ସମସ୍ତ ଶକ୍ତିପୀଠରେ ଆରମ୍ଭ ହୋଇଛି ନବରାତ୍ର ପୂଜା। ସେହିକ୍ରମରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମଧ୍ୟ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମଦିନରେ ମା’ ଶୈଳପୁତ୍ରୀ ବେଶରେ ସଜ୍ଜିତହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।…

ଦାୟିତ୍ୱ ନେଲେ ଗଞ୍ଜାମ ଏସ୍‌ପି, କହିଲେ ଆଇନଶୃଙ୍ଖଳା ଉପରେ ରହିବ ପୂରା ଫୋକସ୍‌

ଛତ୍ରପୁର,୩ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଏସ୍‌ପି ଭାବେ ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତ। ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପାତ୍ର ଏହା ପୂର୍ବରୁ କନ୍ଧମାଳ ଏସ୍‌ପି ଭାବେ କାର୍ଯ୍ୟ କରୁଥିଲେ। ଧାର୍ମିକ ଗଞ୍ଜାମ ଜିଲାରେ କାମ କରିବାକୁ…

ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ

ବ୍ରହ୍ମପୁର,୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ଗୁରୁବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଜ୍‌ ଦୁଇଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ…

କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ଗୁରୁବାର ଜଣେ ଛାତ୍ରଙ୍କୁ ଅନ୍ୟ ଗୋଷ୍ଠୀର ୪ ଛାତ୍ର କ୍ଲାସରୁମ୍‌ରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଛାତ୍ର ଜଣକ ଗୁରୁତର ହୋଇଛନ୍ତି। ଛାତ୍ର ଜଣକ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri