ଗଞ୍ଜାମ

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା ରୁଜୁ ହୋଇଛି। ଜଣେ ୨୦ ବର୍ଷୀୟା ଯୁବତୀଙ୍କ ଏତଲା ଆଧାରରେ ଦିଗପହଣ୍ଡି ପୋଲିସ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ରାଜପୁର, ଦାସିଆମାରିପଲ୍ଲୀର ମହିଳାମାନେ କବିସୂର୍ଯ୍ୟନଗର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ ଅଭିଯାନ ‘ସ୍ବଚ୍ଛତା ହିଁ ସେବା’ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ପାର୍ବଣ ଋତୁ ଏବଂ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ ରଘୁନାଥପୁର ଛକରୁ ଏକ କାର୍ ସହ ୪୦୦ ଲିଟର ଦେଶୀ ମଦ ଜବତ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର ୱାର୍ଡର କାଉନସିଲର ପ୍ରିୟମ୍ବଦା ସାମଲ ନିର୍ଦଳୀୟ ପ୍ରାର୍ଥୀ ଭାବେ ନୂତନ ଉପାଧ୍ୟକ୍ଷା ରୂପେ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଗୋଖରକୁଦା ଗାଁର ରାମା ରାଓ (୫୪) କାମ କରୁଥିବା ସମୟରେ ଏକ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା ଜଣେ ଅସହାୟ ବୃଦ୍ଧାଙ୍କ ଶବ, ଆଉ ଚତୁର୍ଦ୍ଦିଗରେ କେବଳ ଦେଖଣାହାରୀଙ୍କ ଭିଡ଼ ଜମିଥିଲା।…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ ବୋଝେଇ ସ୍କୁଟି ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୨ ଜଣ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ ନେତା ଓ କର୍ମୀଙ୍କୁ ବିଭିନ୍ନ କ୍ଷେତ୍ରରେ ଉପେକ୍ଷା ଏବଂ ଅବହେଳା କରୁଥିବା ଅଭିଯୋଗ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକ ସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?