ଜାରି ହୋଇଥିଲା ଜାମିନବିହୀନ ଗିରଫ ପରୱାନା: ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ
ଦିଗପହଣ୍ଡି, ୧୯।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧର୍ମରାୟପୁର ଗ୍ରାମର ରମେଶ ଚନ୍ଦ୍ର ଜେନାଙ୍କୁ ପାଟପୁର ପୋଲିସ କୋର୍ଟଙ୍କ ଜାରି କରାଯାଇଥିବା ୱାରେଣ୍ଟ ବଳରେ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟରେ ହାଜର କରାଇଛି। ସୂଚନା ଅନୁଯାୟୀ,…
ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା
ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ବିଦ୍ୟାଧର ହାଇଦ୍ରାବାଦସ୍ଥିତ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଥିବା…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…
ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର ଛାତ ଉପରେ ଲୁଗା ଶୁଖାଉଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ…
ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ଦିଗପହଣ୍ଡିରେ ପ୍ରସ୍ତୁତି: ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ
ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ୱ ବଙ୍ଗଳା ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ…
ଭୋଟରଙ୍କ ଆପତ୍ତି ଅଭିଯୋଗ ଶୁଣାଣି ଶିବିର: ସ୍ଥିତି ସମୀକ୍ଷା କଲେ ଭଞ୍ଜନଗର ଉପଜିଲାପାଳ
ଭଞ୍ଜନଗର, ୧୮।୭ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ଚିଠା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍.ଆଇ.ଆର୍.) ପରବର୍ତ୍ତୀ ଶୁଣାଣି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ଇଲେକ୍ଟୋରାଲ୍ ରେଜିଷ୍ଟ୍ରେସନ୍ ଅଫିସର (ଇ.ଆର୍.ଓ.) ତଥା ଉପଜିଲାପାଳ…
ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …
ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ପାରିବାରିକ କଳହ ପରେ ସେ ଏପରି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି।…
ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ
ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ମାଉଜର, ଗୋଟିଏ ମାଗାଜିନ୍, ୨ ରାଉଣ୍ଡ…
୮୦ ନୂଆ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶ: ଗଞ୍ଜାମରୁ ୧୧, ଜାଣନ୍ତୁ କେଉଁ କଲେଜରେ କିଏ…
ଭଞ୍ଜନଗର,୧୮ା୭(ବାବୁଲା ପ୍ରଧାନ): ରାଜ୍ୟ ସରକାର ରାଜ୍ୟରେ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ଖାଲିଥିବା ଅଧ୍ୟକ୍ଷ ପଦବୀ ପୂରଣ ପାଇଁ ଶନିବାର ୮୦ ଜଣ ନୂତନ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ତାଲିକା ପ୍ରକାଶିତ କରିଛନ୍ତି। ନୂତନ ଅଧ୍ୟକ୍ଷମାନେ ୨୦ ତାରିଖ ସୁଦ୍ଧା ଦାୟିତ୍ୱ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।…
ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ
ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା ଅଭିଯୋଗରେ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଗିରଫ ପୋଲିସ କର୍ମଚାରୀ ଜଣକ…
ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି
ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ,ବ୍ରହ୍ମପୁର ଏସ.ପି ଡ଼ା. ଶ୍ରବଣା ବିବେକ…
ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ
ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ ୨୪ତାରିଖ ଶୁକ୍ରବାର ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ଓ ଜଳସେଚନ ବିଭାଗ…
ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ
ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅବସରରେ ଆୟୋଜିତ ଶ୍ରୀ ଗୁଣ୍ଡିଚା ରଥଯାତ୍ରାର ରଥ ଟଣା ଶୁକ୍ରବାର ସମ୍ପନ୍ନ ହୋଇଛି।…

