ଯାଜପୁର

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଦିଅର ହରି ଦେଉରୀ ତାଙ୍କ ଭାଉଜଙ୍କୁ ଏକ ମାରଣାସ୍ତ୍ରରେ ଆକ୍ରମଣ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ ଧର୍ମଶାଳା ପୋଲିସ ଧରିବାରେ ସକ୍ଷମ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଶନିବାର ସକାଳ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି । ଗତ ୬ ଦିନ ହେଲା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତାର ଉନ୍ନତିକରଣ…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’ ଦୁର୍ଘଟଣାକୁ ଡାକୁଛି ବୋଲି ଅଭିଯୋଗ ହୋଇଛି। ବଡ଼ବଡ଼ ଭାରୀଯାନଗୁଡ଼ିକ ବିପଦପୂର୍ଣ୍ଣ ଭାବେ ୟୁ-ଟର୍ନ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ ନିଆଁ ଲଗାଇ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛନ୍ତି। ମାତ୍ର ଏଥିପ୍ରତି ତହସିଲ ପ୍ରଶାସନର ନିଘା…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ କରିବାରୁ ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କ ମୁଣ୍ଡ ଫାଟିଥିବା ବେଳେ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା ଦଶରଥପୁର ବ୍ଲକ କନିକାପଡା ପଞ୍ଚାୟତ ମାନସିଂପାଟଣା ଗ୍ରାମରେ ଘଟିଛି। ରସାନନ୍ଦ ପଣ୍ଡାଙ୍କ ପୁଅ…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ ପୂର୍ବରୁ ବାତିଲ ହୋଇଯାଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ସନ୍ଦେହ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ୧୬ନଂ ଜାତୀୟ ରାଜପଥ କୁଆଖିଆ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର ନଅ ଦିନ ପରେ ମୃତ ଶିଶୁର ମୃତଦେହକୁ ମାଟି ତଳୁ ଖୋଳି ବାହାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି। ଘଟଣା ଅନୁଯାୟୀ, ୨୦୨୫ ମସିହାରେ ସେହି ଅଞ୍ଚଳର ଶାରୀରିକ ଭିନ୍ନକ୍ଷମ ଅର୍ଜୁନ ବେହେରା…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ ଉଦୁଉଦିଆ ଖରାବେଳେ ୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌ ହୋଇଯାଇଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?