କଳାହାଣ୍ଡି

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭକାରୀମାନେ ‘ଭୋଟ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ ଦେଖାଦେଇଛି। ବିଦ୍ୟାଳୟରେ ତୁରନ୍ତ ଦୁଇଜଣ ଅତିରିକ୍ତ ଶିକ୍ଷକ ନିଯୁକ୍ତି ଦାବି କରି ଗ୍ରାମବାସୀ…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ଜିଲାର ଜୁନାଗଡ଼, ଭବାନୀପାଟଣା, କେସିଙ୍ଗା, ଧର୍ମଗଡ଼ ଆଦି…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର ବିଭିନ୍ନ ଅଞ୍ଚଳରେ ଦୋକାନବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ଠପ୍‌ ହୋଇପଡ଼ିଛି।…

ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଲେ ବାଇକ୍‌ ଆରୋହୀ: ଆଉ ତା’ପରେ ଘଟିଲା…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଟ୍ରାକ୍ଟର ଓ ବାଇକ ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ ନିକଟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ବ୍ୟାନର-ପୋଷ୍ଟର ଚିରାଯିବାକୁ ନେଇ ପ୍ରବଳ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭ ଜଣିଆ ଚୁଡ଼ାନ୍ତ ଖେଳାଳି ତାଲିକା ଘୋଷଣା ହୋଇଛି । ଏଥିରେ କଳାହାଣ୍ଡିର ଯୁବ…

ମାଗଣା ବିଜୁଳି ଯୋଜନାରେ ଲାଭବାନ ହେବେ ହିତାଧିକାରୀ, ଉଦ୍‌ଘାଟନ କରି…

କେସିଙ୍ଗା,୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲଓ୍ବେ ଗେଟ୍‌ ନିକଟରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ବୁଧବାର ଉଦ୍‌ଘାଟନ ହୋଇଯାଇଛି। ସମଗ୍ର କେସିଙ୍ଗା ତଥା କଳାହାଣ୍ଡି ଜିଲାର ୧୩ଟି ବ୍ଲକର ସମସ୍ତ ହିତାଧିକାରୀ ମାଗଣାରେ କିପରି…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଗତ ଶୁକ୍ରବାର (୦୨ ଅକ୍ଟୋବର) ରାତିରେ ହାତୀଟି ତିଜିମାଳି ଗ୍ରାମ ମଧ୍ୟକୁ ପଶି…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର ତଥା ସମାଜସେବୀ ଅନିରୁଦ୍ଧ ନାଏକ (୭୪)ଙ୍କର ସୋମବାର ରାତି ପ୍ରାୟ ୮:୪୦ ମିନିଟରେ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ସାହ ଓ ଆନନ୍ଦର ମାହୋଲ ସୃଷ୍ଟି…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଗତ ରବିବାର କେସିଙ୍ଗାସ୍ଥିତ ଋଷି ସାହା ଭବନରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?