ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ
କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରାଯାଇଛି। ସୂଚନା ଯୋଗ୍ୟ, ଓଡ଼ିଶା ପଞ୍ଚାୟତିରାଜ ଓ…
୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ
ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି ମାମଲାର…
୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ
ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍ଓଙ୍କୁ ଏକ ୧୧ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଉପସ୍ଥିତ ନ ଥିବାରୁ ଏହାକୁ ଅତିରିକ୍ତ ଜିଲାପାଳ ବୈତାରୁ…
ରେଳ ମେଲ୍ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ
କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍ଏମ୍ଏସ୍) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ ପୋଷ୍ଟ ମାଷ୍ଟର ଜେନେରାଲ ଭୁବନେଶ୍ୱରଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯାଗ୍ୟ, ରେଳ…
ସାଇ ମନ୍ଦିରରୁ ଚୋରି:୧୭ କେଜି ଅଳଙ୍କାର ନେଇଗଲେ ଚୋର
ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରି ହୋଇଛି। ବେହେରାଗୁଡ଼ା ଭାଗିରଥି ପାର୍କ ନିକଟସ୍ଥ ସାଇ ମନ୍ଦିରରୁ ଚୋରମାନେ…
ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ
କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, ନୂଆପଡା ଓ ପଡୋଶୀ ଛତିଶଗଡ଼ ସୀମାକୁ ଲାଗି ରହିଛି। ତେବେ ବିଗତ…
ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର
ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍ ଲ’ ଆଣ୍ଡ୍ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ୍…
ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ। ଘରେ ବା ଦାଣ୍ଡଦୁଆରେ ଦୀପ ଜଳିଲେ ଅମାବାସ୍ୟା ରାତି ହୋଇଉଠେ ଆଲୋକମୟ। ହେଲେ ମାଟିଦୀପ…
ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ
ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ ଆକ୍ଟ…
ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ
ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ଓଡିଶା ମ୍ୟୁନ୍ସିପାଲ…
ଯୁବତୀଙ୍କୁ ବଳାତ୍କାର କରି ଫେରାରଥିଲେ ସମ୍ପର୍କୀୟ, ପରେ…
କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଆମପାଣିର ଜନୈକା ଯୁବତୀଙ୍କୁ…
କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ
କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ପାଇଁ ପଞ୍ଚାୟତ ସମିତି ସଭାଗୃହରେ ସ୍ବତନ୍ତ୍ର ସମିତି ବୈଠକ ଡକାଯିବା ସଂକ୍ରାନ୍ତରେ କଳାହାଣ୍ଡି…

