କଳାହାଣ୍ଡି

ଉଜୁଡ଼ିବ ୨ ଶହ ଏକର ଚାଷଜମି, ଇନ୍ଦ୍ରାବତୀ କର୍ତ୍ତୃପକ୍ଷଙ୍କ ନଜର ପଡୁନି

ଜୁନାଗଡ଼,୭।୧୦(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବାଗଡୁଙ୍ଗରୀ ଓ ଭେଜିପଦର ଗ୍ରାମକୁ କେନାଲ ପାଣି ସଠିକ୍‌ ଭାବରେ ପହଞ୍ଚି ପାରୁ ନାହିଁ। ଯାହାଫଳରେ ସେଠାରେ ଚାଷ ହୋଇଥିବା ପ୍ରାୟ ୨ ଶହ ଏକର ଧାନଚାଷ ଉଜୁଡ଼ିବା ଆଶଙ୍କା ଦେଖାଦେଇଛି।…

ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

କୋକସରା,୬।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ଯୁବକଙ୍କ ପରିଚୟ ଜଣାପଡି ନାହଁ। କୋକସରା…

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ପାଇଁ ୪୨ଜଣ ସମିତିସଭ୍ୟ, ସରପଞ୍ଚ ଓ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ…

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଶନିବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ…

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ପଞ୍ଚାୟତର ୧୦ଜଣ ୱାର୍ଡ ମେମ୍ବର। ଏନେଇ ସେମାନେ ଶନିବାର କଳାହାଣ୍ଡି…

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଜିଲାପାଳ ପ୍ରଥମେ ପ୍ରଧାନଶିକ୍ଷକଙ୍କଠାରୁ ସ୍କୁଲର ସାମଗ୍ରିକ…

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ ଉପାଧକ୍ଷ୍ୟା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି।…

ବିରାଜିବେ ମା’: ଆକର୍ଷଣ ସାଜିବ ଦିଲ୍ଲୀର ଲାଲକିଲ୍ଲା ମଣ୍ଡପ

ଭବାନୀପାଟଣା,୫/୧୦(ଉତ୍ତମ କୁମାର ଦାଶ):ମା’ ଦୁର୍ଗାଙ୍କ ଆଗମନ ପାଇଁ କଳାହାଣ୍ଡି ଜିଲା ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ସହରର ନକଟିଗୁଡ଼ା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ। ଚଳିତବର୍ଷ ଦିଲ୍ଲୀର ଲାଲକିଲ୍ଲା ଆକୃତିର ପୂଜାମଣ୍ଡପ ଆକର୍ଷଣ ସାଜିବ ବୋଲି କମିଟି ପକ୍ଷରୁ କୁହାଯାଇଛି।…

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ ସ୍ଥାନୀୟ ଡିଏଫ୍‌ଓଙ୍କ ସଂପୃକ୍ତି ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ ପ୍ରିୟଙ୍କା ସୁବୁଦ୍ଧି ଓ ଭାଇ…

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଗୋଳମୁଣ୍ଡା କଲେଜର ଏକାଡେମିକ୍‌ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ ତାଙ୍କ…

୨ ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ:ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ଓ୍ବାର୍ଡମେମ୍ବର

ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୭ ଜଣ ୱାର୍ଡମେମ୍ବର ଓ ସମିତିସଭ୍ୟ। ଏ ନେଇ ଗୁରୁବାର ସେମାନେ ଭବାନୀପାଟଣା ଆସି ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି।…

ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ

ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ମାଧ୍ୟମରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?