କଳାହାଣ୍ଡି

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ ଯାତ୍ରୀମାନେ ବହୁତ ହଇରାଣ ହେଉଛନ୍ତି। ରେଳ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ହୋଇପାରି ନାହିଁ। ଉକ୍ତ ରାସ୍ତା ଦେଇ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ ପର୍ବ ଅତ୍ୟନ୍ତ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ଦୁଇ କମିଟି ମଧ୍ୟରେ ଚାଲିଥିବା…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବିର୍ସା ମୁଣ୍ଡା ଜୟନ୍ତୀ ପାଳନ ବେଳେ ଗଣ୍ଡଗୋଳ…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ ଗୁରୁବାର ଏକ ବଡ଼ ଧରଣର ଯାନବାହନ ବିଭ୍ରାଟ ଦେଖାଦେଇଛି। ଏକ ୧୪ ଚକିଆ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭିଭାବକମାନେ ନିଜ ପିଲାଙ୍କୁ ସ୍କୁଲ ଛାଡୁ ନ ଥିଲେ।…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ବିଶେଷ କରି…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮ ଦିନିଆ ଚୈତ୍ର ଯାତ୍ରା ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ମାତ୍ର ଏହି ଭକ୍ତିମୟ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି । ଗତ କିଛି ଦିନ ଧରି ଏଠାରେ ଥିବା ଭାଙ୍ଗିରୁଜି ଯାଇଥିବା Cattle…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri