କଳାହାଣ୍ଡି

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ…

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି.…

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ

କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର, ମାଟିଖାଲ, ଜାମପଡା, କର୍ମେଲଡଙ୍ଗରୀଗୁଡା, କର୍ମେଲ, ବାଲିଛଡା, ଖଣ୍ଡିଡଙ୍ଗରୀଗୁଡା, ବଙ୍କାପଲା ଆଦି ଗଁାର ଲୋକେ…

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ…

ଚାଷୀର ମୁଡ଼େ ଚଡକ୍‌: ମକା ଫସଲରେ ବିଦେଶୀ ପୋକ୍‌

ଭବାନୀପାଟଣା,୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଆମେରିକୀୟ ପୋକ୍‌ ଫଲ୍‌ ଆର୍ମି ଓ୍ବର୍ମର (ଏଫ୍‌ଏଡ୍‌ବ୍ଲ୍ୟୁ) ଦେଖାଦେଇଛେ। ଆମେରିକାରେ ଦେଖାଯାଉଥିବାର ଇ ପୋକ୍‌ ଗଲା ବଛର ଦେଶର କେତେ ରାଏଜ୍‌ରେ ଦେଖାଦେଇଥିଲା। ହେଲେ ଚଲତି ବଛର କଳାହାଣ୍ଡି ଜିଲାରେ ଦେଖାଦେଇଛେ। ଇ ଘଟନା ଏହେଦେ ଚାଷୀମାନକର…

ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ

ଭବାନୀପାଟଣା,୮।୮(ଡି.ଏନ.ଏ.) ଜିଲା ସ୍ବାସ୍ଥ୍ୟ ସମିତି ଓ ଜିଲା ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ…

କଳାହାଣ୍ଡିରେ ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ: କୂଳ ଲଘିଂଲା ହାତୀନଦୀ,୧୦ ଘର ଭାଙ୍ଗିଲା, ଚାଷ ଜମି ଜଳମଗ୍ନ

ଭବାନୀପାଟଣା/ଜୁନାଗଡ଼,୮।୮(ଡି.ଏନ.ଏ.) ଗତ ୩ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା ୫୭ ନମ୍ବର…

ଲଗାଣ ବର୍ଷାରେ ଲାଞ୍ଜିଗଡରେ ବନ୍ୟା ପରିସ୍ଥିତି: ଅନେକ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ସୋମବାରଠାରୁ ବର୍ତ୍ତମାନ ଯାଏଁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ମଙ୍ଗଳବାଠାରୁ ବିଦ୍ୟୁତ ସରବରାହରେ ବ୍ୟାହତ…

ପ୍ଲାଷ୍ଟିକ ମୁକ୍ତ ଅଭିଯାନ

ଭବାନୀପାଟଣା,୭।୮(ଡି.ଏନ.ଏ.): ଭବାନୀପାଟଣା ସହରସ୍ଥିତ ବ୍ରଜ ମୋହନ ଉଚ୍ଚବିଦ୍ୟାଳୟ ପରିସରରେ ଇକୋ କ୍ଲବ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ, ସାମୂହିକ ଚାରାରୋପଣ ଓ ସଚେତନ ସଭା ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସବିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଦକ୍ଷିଣ ବନଖଣ୍ଡ…

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଲଙ୍କେଶ୍ୱରୀ ବାଳିକା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଜୁନାଗଡ ଆଇଆଇସି…

ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଘରେ ପଶିଲା ପାଣି

କର୍ଲାମୁଣ୍ଡା,୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଫଳରେ କର୍ଲାମୁଣ୍ଡା ବ୍ଲକ ସଦର ବ୍ଲକ ନିୟୁ କଲୋନୀ ପଛପଟେ ଥିବା ଘରଗୁଡ଼ିକରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ବୁଧବାର ସକାଳ ସୁଦ୍ଧା କର୍ଲାମୁଣ୍ଡାରେ…

ଜୁନାଗଡରେ ପୋଲିସର ସମନ୍ବୟ ବୈଠକ

ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?