ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…
ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରସାରିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ…
ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…
କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ ରାଜ୍ୟ ସରକାର ଆସୋସିଏଶନର ଦାବିକୁ କର୍ଣ୍ଣପାତ କରୁ ନ ଥିବାରୁ ଆସନ୍ତାକାଲି(ସୋମବାର)ଠାରୁ କେସିଙ୍ଗା…
ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ
ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାପକ ସଫେଇ ଅଭିଯାନ,…
କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ
କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ…
କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର
ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ପରିବାର କହିଲେ ସ୍ବାମୀ, ସ୍ତ୍ରୀ ଏବଂ ତାଙ୍କ ୯ ବର୍ଷ…
ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…
କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ ଦିବସ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଥିଲା। ଏହି ପରିପ୍ରେକ୍ଷୀରେ…
ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ
ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ସେ ଶେଷନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି। ନିଜ ପରିବାର…
ଜେଲ୍ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ
ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି’ ଏବଂ ‘ମା’, ମାଟି, ମାଳି ସୁରକ୍ଷା ମଞ୍ଚ’ ପକ୍ଷରୁ ଏକ…
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ
ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ ସୁମିତ୍ରା। ଶାଶୁ ଘର ଲୋକେ ସୁମିତ୍ରା ଆତ୍ମହତ୍ୟା କରିଥିବା କହୁଥିବାବେଳେ ବାପଘର ଲୋକେ…
ଅବୁଜବାହାଲ କ୍ରସର ବନ୍ଦ ପାଇଁ ନିର୍ଦ୍ଦେଶ ଦେଲା ଖଣି ବିଭାଗ, ବିଭାଗୀୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରି…
ରିଷିଡ଼ା,୫ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲସ୍ଥିତ ମିନମାନ ପାହାଡ଼ରେ ଚାଲୁଥିବା କ୍ରସର ବର୍ତ୍ତମାନ ବନ୍ଦ ରଖିବାକୁ ଖଣିବିଭାଗ ନିର୍ଦ୍ଦେଶ ଦେଇଛି। ଏହି କ୍ରସର ଆରମ୍ଭ ହେବା ଦିନଠୁ ଏଠାରେ କ୍ରସର ନ ଚଳେଇବା ପାଇଁ ଗ୍ରାମବାସୀ…
୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା
ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ ସେମାନଙ୍କର ସାମ୍ବିଧାନିକ ଅଧିକାର ଏବଂ ସ୍ଥାୟୀ ଠିକଣା ପ୍ରଦାନ କରିବା ହେଉଛି ପ୍ରଶାସନର…
ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା: ୧୧ଟି ବୁଲେଟ୍ ଜବତ, ଲକ୍ଷାଧିକ ଟଙ୍କା ଫାଇନ୍ କାଟିଲା…
ଭବାନୀପାଟଣା,୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ଗୁରୁବାର ସ୍ଥାନୀୟ ପୋଲିସ ପକ୍ଷରୁ ମୋଟର ଯାନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ୧୧ ଜଣ ବାଇକ ଚାଳକ ନିଜ ବୁଲେଟକୁ ମୋଡିଫାଏଡ୍ (ଶବ୍ଦ ପ୍ରଦୂଷଣ) ସାଇଲେନ୍ସର ଲଗାଇଥିବାବେଳେ ଧରାପଡିଥିଲେ।…

