ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍
ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା ଜଳଯୋଗାଣ ଯୋଜନାର ଏକ ମୁକୁଳା ‘ସୁଇଚ୍ ଭାଲ୍ ଚାମ୍ବର’ ଯୋଗୁଁ ସୋମବାର…
ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା
କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ ଜୋରର ନିକଟରେ ଥିବା ଆମ୍ବ ବଗିଚାରୁ ସଂଯୋଗ ହୋଇଥିବା ୭ଟି ବିଦ୍ୟୁତ ପୋଲରୁ…
ରାସ୍ତା ପାଲଟିଛି ମରଣଯନ୍ତା, ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟରେ କୃତ୍ରିମ ପୋଖରୀ….
ଲାଞ୍ଜିଗଡ,୬ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହର ଲାଞ୍ଜିଗଡ ଥାନା ପଛପଟ ତଥା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟସ୍ଥ ରାସ୍ତା ମରଣଜନ୍ତା ପାଲଟିଛି । ପୋଖରୀ ନିକଟସ୍ଥ ମୁନିଗୁଡାକୁ ସଂଯୋଗ କରୁଥିବା ରାସ୍ତା ଉପରେ କୃତ୍ରିମ ପୋଖରୀ ସୃଷ୍ଟି ହୋଇଛି…
ଜଳ ଘେରରେ ବାଞ୍ଜିପଦର ବିଦ୍ୟାଳୟ, ଖବର ପ୍ରକାଶ ପରେ ପହଞ୍ଚିଲେ ତହସିଲଦାର
କର୍ଲାମୁଣ୍ଡା,୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଛି । ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…
ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ ସୋମବାର ପୂର୍ବାହ୍ନ ୧ଟା ଶୁଭାରମ୍ଭ କରିବେ। ଉକ୍ତ ଟ୍ରେନଟି ସପ୍ତାହକୁ ତିନିଦିନ ଚାଲିବ।…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ଏହି…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର ଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ…
ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍ ସଫା କଲେ ଗ୍ରାମବାସୀ
ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା ଦେଖିବାକୁ ମିଳିଛି। ଗ୍ରାମର ପୁରୁଣା ବ୍ୟାଙ୍କ ଛକ (ରଣା ଷ୍ଟଲ)ଠାରୁ ବସ୍ତି ସ୍କୁଲ…
ବାଇକ୍ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…
ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ ତାଙ୍କ ସାଙ୍ଗ ମଧୁସୂଦନ ପାତ୍ର ଦୁଇ ଜଣ ପେଟ୍ରୋଲ କିଣି ନିଜ ଗାଁକୁ…
ବର୍ଷାରେ ଡ୍ରେନ୍ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…
କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ ଡ୍ରେନ୍ ପାଣି ଜମା ରହିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଥିଲା। ଲଗାତର…
ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ
କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ…
ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ
କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ସମସ୍ତଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ…

