କଳାହାଣ୍ଡି

ଜମି ବିବାଦକୁ ନେଇ ଶ୍ୱଶୁର-ଜ୍ୱାଇଁଙ୍କୁ ହତ୍ୟା! ଟ୍ରେନ ଭିତରେ ମାରିଫିଙ୍ଗିଦେଲେ ଥିବା ସନ୍ଦେହ

କେସିଙ୍ଗା,୨୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମର ଜଣେ ବ୍ୟକ୍ତି ନିଜ ଶ୍ୱଶୁରଙ୍କୁ ବିଶାଖାପାଟଣା ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ପରେ ନିଜ ଘରକୁ ଟ୍ରେନ୍‌ରେ ଫେରୁଥିବା ସମୟରେ ଅଧବାଟରେ ଶଶୁର ଓ ଜ୍ବାଇଁଙ୍କ ମୃତ୍ୟୁ ହୋଇଥିବା…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟ ସ୍ତରୀୟ…

ଥୁଆମୂଳରାମପୁରରେ ଗ୍ୟାସ ସଙ୍କଟ: ଉଜ୍ଜ୍ୱଳା ଯୋଜନା ଫେଲ, ଧୂଆଁରେ ଶ୍ୱାସରୁଦ୍ଧ ହେଉଛି ଜୀବନ

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏବେ ରନ୍ଧନ ଗ୍ୟାସର ଘୋର ଅଭାବ ଦେଖାଦେଇଛି। ସରକାର ‘ଉଜ୍ଜ୍ୱଳା ଯୋଜନା’ ମାଧ୍ୟମରେ ଘରେ ଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବାକୁ ବଡ଼ସ୍‌ବଡ଼ ଦାବି କରୁଥିବା ବେଳେ ବାସ୍ତବ ଚିତ୍ର…

ବାଗଝୋଲା ନଦୀଘାଟରୁ ଗଳିତ ମୃତଦେହ ଜବତ, ହତ୍ୟା ପରେ ଆଳୁ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଥିବା ସନ୍ଦେହ

ଥୁଆମୂଳ ରାମପୁର, ୨୩।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଏକ ଶିହରଣକାରୀ ଘଟଣା ସାମ୍ନାକୁ ଆସିଛି। ଇନ୍ଦ୍ରାବତୀ ନଦୀର ବାଗଝୋଲା ଘାଟ ନିକଟରୁ ଏକ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ଏକ…

କେସିଙ୍ଗାରେ ପ୍ରବଳ ଗ୍ରୀଷ୍ମପ୍ରବାହ; ଜନଜୀବନ ଅସ୍ତବ୍ୟସ୍ତ, ରାସ୍ତାଘାଟ ଜନଶୂନ୍ୟ

କେସିଙ୍ଗା,୨୩।୪(ତୁମେଶ୍ୱର ସାହୁ): ସମଗ୍ର ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖାଯାଇଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ପୂର୍ବାହ୍ନ ସାଢେ଼ ଦଶଟାରେ ରାସ୍ତାଘାଟ ଜନଶୂନ୍ୟ ହୋଇଯାଇଛି । କେସିଙ୍ଗା ସହରରେ ଥିବା ଜାତୀୟ ରାଜପଥ ୨୬, କଲେଜ ରୋଡ଼,…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର ରଘୁନାଥ ରାଉତ । ଏହି ଘଟଣାକୁ ନେଇ ତାଙ୍କ ସ୍ତ୍ରୀ ଅହଲ୍ୟା କଳାହାଣ୍ଡି…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର ଅଭିଯୁକ୍ତ ସଦର ଥାନା ଠେମାରା ଗାଁର ଜଗନ୍ନାଥ ଶବର। ଜଗନ୍ନାଥ ୩ଟି ଚୋରି…

ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ: ୭ଦିନ ବ୍ୟାପୀ ମହାଭାରତରୁ….

ରିଷିଡ଼ା,୨୨ା୪(ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା କନ୍ଧପଡା ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ବିରାଟ ପର୍ବ ଅବସରରେ ସୋମବାର ପ୍ରଥମ ରଜନୀରେ ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ ହୋଇଥିଲା। ଏଠାରେ ଅକ୍ଷୟ ତୃତୀୟାଠାରୁ ସଂଗୃହୀତ ବିରାଟ ପର୍ବ ନାଟକ ୭ଦିନ…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ କରିଛି। ବ୍ଲକରେ କାର୍ଯ୍ୟରତ ତିନି ଜଣ କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ, ନିଜେ…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ କରିବା ସହ ନର୍ଲାରେ ଲୋକୋ ମୋଟିଭ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ଦିନ ଶତାଧିକ ସଚେତନ ନାଗରିକ ଏକଜୁଟ ହୋଇ ମୈତ୍ରୀ ଇନଫ୍ରା ଏବଂ ବେଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?