କଳାହାଣ୍ଡି

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା ପାଇଁ ୧୦୮କୁ ଫୋନ କରିଥିଲେ। ତୁରନ୍ତ ତାଙ୍କୁ ପାଇଁ ନିକଟସ୍ଥ ଯୋଗୀମୁଣ୍ଡା ସବସେଣ୍ଟରରୁ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ ଊର୍ଦ୍ଧ୍ୱ ହେବ ବୃଦ୍ଧାବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗମାନଙ୍କୁ ସେମାନଙ୍କର ପ୍ରାପ୍ୟ ଭତ୍ତା ଟଙ୍କା…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ, ଦୁର୍ଗମ ଅଞ୍ଚଳରେ ଏହା କେବଳ ପ୍ରହସନ ପାଲଟିଛି। ପ୍ରଶାସନିକ ଅବହେଳା ଓ ସ୍ଥାନୀୟ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ କଳାହାଣ୍ଡି ଜିଲା କେସିଙ୍ଗା ସହର ଗୌରୀଶଙ୍କର ମନ୍ଦିର ଗଳିର ଝିଅ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି। ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ ଖୋଲିବା ବେଳେ ଶ୍ୱାସ ରୁଦ୍ଧ ହୋଇ ୬ ଜଣକର ମୃତ୍ୟୁ ହୋଇଛି।…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି। ଥୁଆମୂଳ ରାମପୁର ନର୍ଥ ରେଞ୍ଜ ଅଧୀନରେ ଥିବା କିରକିଚା…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ କାମୁଡ଼ାରେ ଜଣେ ବିବାହିତ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ପୂର୍ଣ୍ଣ ଅଞ୍ଚଳରେ ଶୋକର…

ସାହୁ ସମାଜର ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ

କେସିଙ୍ଗା,୨୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସିସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ତୈଲିକ ହଳଦିଆ ସାହୁ ସମାଜର ମୁହୁନି ବଂଶର ଏକତା ପାଇଁ ଏକ ସାଧାରଣ ବୈଠକ ଓ ମୁହୁନି ବଂଶର ଚିହ୍ନଟ ପ୍ରକ୍ରିୟା କାର୍ଯ୍ୟକ୍ରମ ସଭାପତି ମନୋହର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର ଠାରୁ ପ୍ରତିଦିନ ବିମାନ ଚାଳନା ପାଇଁ “IndiaOne Air” ପକ୍ଷରୁ ଘୋଷଣା କରାଯାଇଥିଲା।…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ ଜଙ୍ଗଲରେ ଦୁଇଦିନ ହେବ ଦନ୍ତାହାତୀର ମୃତଦେହ ପଡିରହିଛି । ତେବେ ଖବର ଲେଖାଯିବା…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ ଏହି ଅଞ୍ଚଳରେ ସରକାରୀ ଯୋଜନାର କୋଟି କୋଟି ଟଙ୍କା ହରିଲୁଟ୍‌ ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?