କଳାହାଣ୍ଡି

ଥୁଆମୂଳ ରାମପୁରରେ ପକ୍ସୋ ଆଇନ ଓ ପୀଡ଼ିତା କ୍ଷତିପୂରଣ ଉପରେ ସଚେତନତା କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର, ୩।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଗ୍ରାମ ବିକାଶ ଶିକ୍ଷା ନିକେତନ ପରିସରରେ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଗୁରୁବାର ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପକ୍ସୋ…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ୍‌ ପର୍ଲା ପଞ୍ଚାୟତ ଲଛିପୁର ଗ୍ରାମର ଜୟରାମ ସୁନାନି(୩୮)। ମିଳିଥିବା…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ୍ୟ ଦୃଷ୍ଟିବାଧିତ ୬ ଜଣ ବେଦାନ୍ତ…

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ ଶ୍ମଶାନ ନିକଟସ୍ଥ ପୋଖରୀ ପାଣିରେ ବୁଡ଼ି ଜଣେ ୨୪ ବର୍ଷୀୟ ଯୁବକଙ୍କ ମୃତ୍ୟୁ…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ ନିଜ ଶିକ୍ଷାଦାନ ଏବଂ ସଫଳତା ପାଇଁ ରାଜ୍ୟ ସ୍ତରରେ ସୁନାମ ଅର୍ଜନ କରିଛନ୍ତି।…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ସର୍ବମୋଟ ୨୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ ଥୁଆମୂଳ ରାମପୁର ବ୍ଲକ୍‌ର ଡ୍ରାଇଭରମାନେ ବିଧିବଦ୍ଧ ଭାବେ ଏହି ରାଜ୍ୟ ମହାସଂଘରେ ସାମିଲ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ କ୍ଷେତରେ ଧାନ ଶୋଭା ପାଉଥିବାବେଳେ ଜମିର ହିଡ ଓ ନଦୀ, ରାସ୍ତା ପାଶର୍‌ବରେ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ ବିଦ୍ୟାଳୟ ଏବେ ସରକାରୀ ଅବହେଳାର ଶିକାର ହୋଇଛି। ପୂର୍ବ ସରକାରଙ୍କ ସମୟରେ ୫-ଟି…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି ଅଭାବରୁ ତାହା ଭାଙ୍ଗିରୁଜି ଗଲାଣି। ବର୍ଷା ଦିନେ ଛାତରୁ ପାଣି ପଡୁଥିବାରୁ ତାରପୋଲିନ…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ I ମୃତ ମହିଳା ଜଣକ ହେଲେ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ଆଦର୍ଶ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?