କନ୍ଧମାଳ

ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର

ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି...

ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର

ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅଗାଧୁ ନାୟକ(୫୦)। ସେହିଭଳି ଲକ୍ଷ୍ମୀ ନାୟକଙ୍କୁ...

ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ

ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର ପାଇଁ ପ୍ରଶାସନିକ ଅଧିକାରୀଙ୍କ ଉପରେ ବିଧାୟକ ଏବଂ ଏମ୍‌ପି ବର୍ଷିଛନ୍ତି। ବିଶେଷ କରି...

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶକୁ ବେଖାତିର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି...

ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ

ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ ଫୁଲବାଣୀ ଭବାନୀ କ୍ଲବ ଓ ଆର.ନୂଆଗାଁ କ୍ଲବ ସହିତ ହୋଇଥିବା ବେଳେ ଭବାନୀ...

ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ...

ମାଛ ମାରିବାକୁ ଯାଇ ହାତରେ ଫୁଟିଲା ବୋମା

ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିି କରାଯାଇଛି। ଗୁରୁତର ଯୁବକ ଜଣକ ହେଲେ ସଦର...

ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ

ଦାରିଙ୍ଗବାଡ଼ି,୯ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ...

ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି...

୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି

ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ...

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି...

ପଥର କ୍ୱାରି କଲେ ଆତ୍ମହତ୍ୟା କରିବୁ

ଚନ୍ଦ୍ରଗିର,୮ା୧ -ପଥର କ୍ୱାରୀ କଲେ ଆତ୍ମହତ୍ୟା କରିବୁ। ଏଭଳି ଚେତାବନୀ ଦେଇଛନ୍ତି ମୋହନା ତହସିଲ ବାଘମାରୀ ପଞ୍ଚାୟତର ପେଜପାଣୀ, ଫଟାଚାଞ୍ଚଡା ଓ ସର୍ଗୀସାହି ଗ୍ରାମବାସୀ। ସୂଚନାଯୋଗ୍ୟ ଯେ, ଫଟାଚାଞ୍ଚଡା ମୌଜା ଖାତା ନଂ.୧୮ ପ୍ଲଟ ନମ୍ବର ୧୭୨ରେ ୧.୮୦୦ହେକ୍ଟର ପର୍ବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri