କନ୍ଧମାଳ

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର କରିଛନ୍ତି। ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।…

ଗାଁରେ ପହଞ୍ଚିଲା ଦାଦନଙ୍କ ମୃତଦେହ, ସରକାରୀ ସହାୟତାକୁ ଅପେକ୍ଷା

ଦାରିଙ୍ଗବାଡି, ୩ /୩ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ଜଣେ ଯୁବକଙ୍କ କେରଳ ରାଜ୍ୟର ରାଜଧାନୀ ଥିରୁଭାନନ୍ତପୁରମରେ ଶୁକ୍ରବାର ବାଇକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ମୃତ ଯୁବକ ହେଲେ ବିନୟ ନାୟକ (୨୨…

ଦାରିଙ୍ଗବାଡି ଜଙ୍ଗଲରେ ଲୁଚିଛନ୍ତି ମୋଷ୍ଟ ୱାଣ୍ଟେଡ୍‌ ମାଓବାଦୀ ନେତା ଶୁକ୍ରୁ, ଖୋଜୁଛି ସେନସର୍‌ ଡ୍ରୋନ

ଦାରିଙ୍ଗବାଡି, ୨।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ରହିଥିବା ଘଞ୍ଚ ଜଙ୍ଗଲରେ ପୋଲିସର ମୋଷ୍ଟ ୱାଣ୍ଟେଡ୍‌ ମାଓବାଦୀ ନେତା ଶୁକ୍ରୁ ଲୁଚିଥିବା ସନ୍ଦେହରେ ରାଜ୍ୟ ଓ ଜିଲା ପୋଲିସ ପକ୍ଷରୁ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଥିବା…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…

ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି। ସୂଚନାନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ…

ରାସ୍ତା ମରାମତି ନୋହିଲା: ତାତିଲେ ସିର୍କାବର୍ଗ ପଞ୍ଚାୟତବାସୀ, ସରକାରୀ ବସକୁ ଅଟକାଇ…

ଦାରିଙ୍ଗବାଡି, ୨/୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳରେ ରହିଥିବା ସିର୍କାବର୍ଗ ପଞ୍ଚାୟତକୁ ରହିଥିବା ମୁଖ୍ୟ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି। ରାସ୍ତା ସମ୍ପ୍ରସାରଣ ପରଠାରୁ ରାସ୍ତାର ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତାରେ ଯାତାୟାତ ବହୁତ ସମସ୍ୟା ହେଉଛି।…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ହେଲେ କେକେରିଙ୍ଗିଆ ଗ୍ରାମର ବିଜୟ ଦିଗାଲ (୬୦)। ମିଳିଥିବା ସୂଚନା…

ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀଙ୍କ ହତ୍ୟା: ମୃତଦେହ ନେଲେ ପରିବାର ଲୋକେ

ଦାରିଙ୍ଗବାଡ଼ି,୧ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ପକାରୀ ଜଙ୍ଗଲରେ ମାଓବାଦୀ ଅନ୍ବେଷଙ୍କୁ ସାଥୀ ମାଓବାଦୀ ହତ୍ୟା ଘଟଣା ପରେ ରବିବାର ଦାରିଙ୍ଗବାଡ଼ି ପୋଲିସ ବ୍ରହ୍ମପୁର ଏମ୍‌କେସିଜି ପରୀକ୍ଷା ଗାରରେ ଅନ୍ବେଷଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ ନାୟକଙ୍କ ଦ୍ଵିତୀୟ ପୁତ୍ର ବିନୟ ଓରଫ ଲିଟୁ (୨୨)ଙ୍କକେରଳ ରାଜ୍ୟର ରାଜଧାନୀ ଥିରୁବନ୍ତପୁରମରେ…

କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ

ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍‌ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି ହତ୍ୟା ଉଦ୍ୟମ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳ ହେଲେ ମନୋରଞ୍ଜନ ସାବତ।…

ଯୌନଶୋଷଣ ନିରୋଧ ଆଇନ ସଚେତନତା

ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍‌ ତଥା…

ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି।…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ ହେଉନାହିଁ। ଏହାର ନିରାକରଣ ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?