ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ
ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଥିସହ ହୋମଷ୍ଟେ କରିବାକୁ ଆଗ୍ରହୀ ସ୍ଥାନୀୟ ବ୍ୟବସାୟୀ ଓ…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରି…
ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…
ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍ ଭଣ୍ଡାରଙ୍ଗୀ ପଞ୍ଚାୟତର ବାରାବଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର…
ଜାରି ରହିଛି ବର୍ଷା: ବିଦ୍ୟୁତ୍ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ବିଦ୍ୟୁତ୍ ବିଭ୍ରାଟ ଉପଭୋକ୍ତାଙ୍କୁ ହଇରାଣ ଭୋଗିବାକୁ ପଡୁଛି। ଗତ ୨ ଦିନ ହେଲା…
ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…
ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର ବେହେରା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ତୁମୁଡ଼ିବନ୍ଧ ନେତାଜୀ ସୁଭାଷ…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗର ଅଗ୍ନିବୀରମାନେ ଘଟଣାସ୍ଥଳରେ ପହଞ୍ଚି…
ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି
ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ ମଧ୍ୟ ଏକାଧିକ ଦିବ୍ୟାଙ୍ଗ ଯୁବତୀ, ଯୁବକ ଓ ଅନ୍ୟ ଦିବ୍ୟାଙ୍ଗଙ୍କୁ ସକ୍ଷମ ବ୍ୟକ୍ତିଙ୍କ…
ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ
ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କନ୍ଧମାଳ ଜିଲାରେ ପ୍ରବଳରୁ ଅତି…
ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର
ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ, ବାପାଙ୍କୁ ବଞ୍ଚାଇବାକୁ ଯାଇ ପୁଅ ମଧ୍ୟ ଆକ୍ରମଣର ଶିକାର…
ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ
ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ ଗ୍ରାମର ପ୍ରାଣେଶ୍ୱର ପ୍ରଧାନ (୫୫)। ପ୍ରାଣେଶ୍ୱର ପଡ଼ିଶାଙ୍କ ଘରୁ ନିଜ ଘରକୁ ଫେରୁଥିବା…
ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା
ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି ସଭାଗୃହରେ ବୁଧବାର ବ୍ଲକସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏଥିରେ ସୋସିଆଲ ଓ୍ବାର୍କର୍ସ ଆସୋସିଏଶନ…
ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

