କନ୍ଧମାଳ

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ ମୂଳତ୍ପୋଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୋଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା…

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି ବ୍ଲକରେ ମୋଟ ୨୧ ଜଣିଆ ଜିଲାସ୍ତରୀୟ କର୍ମକର୍ତ୍ତା ଚୟନ କରାଯାଇଛି। ଏଥିରେ ଦାରିଙ୍ଗବାଡି…

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମହୋତ୍ସବର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ…

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ, ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରୁ ଏକ ପରିବା ବୋଝେଇ ଟ୍ରକଟି ୫୯ ନଂ ଜାତୀୟରାଜପଥର…

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ମଧ୍ୟ ଉତ୍ସବ ମୁଖର ହୋଇପଡ଼ିଛି। ଗାଁ…

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ ଭାବେ ନିଜ ଦାୟିତ୍ୱରେ ରହିଛନ୍ତି। ଇନ୍ସପେକ୍ଟର ସଂଗ୍ରାମ ପୂର୍ବରୁ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ…

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ ୧୦ ଟାରେ ଦାରିଙ୍ଗବାଡିରେ ପହଞ୍ଚି ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁଙ୍କ ବାସ…

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ ଖ୍ରୀଷ୍ଟ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦେଖାଯାଇଛି ଉଲ୍ଲାସ, ଖୁସି ଆଉ ଆନନ୍ଦ। ଭାଇଚାରାର ବାର୍ତ୍ତା ନେଇ…

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ବୈଠକରେ ବାରମ୍ବାର ଦାରିଙ୍ଗବାଡ଼ିର ସମସ୍ତ ରାସ୍ତାଘାଟରେ ଲାଗିଥିବା ସୋଲାର ଷ୍ଟ୍ରିଟ୍‌…

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା। ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି ଅଞ୍ଚଳବାସୀଙ୍କ ପାଇଁ ଏକ ଆବେଗଓ ଉତ୍କଣ୍ଠା। ୨୦୧୫ମସିହାରୁ ଆରମ୍ଭ ଗୋଇଥିବା ଏଇ ରାଜ୍ୟ ସ୍ତରୀୟ…

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ କଲୋନୀ ସାହିର ନଞ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?