ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ
ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଡିଓ ମାନସ କୁମାର ଦଣ୍ଡପାଟ ଓ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳର କର୍ମୀମାନେ ଆନନ୍ଦପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ହାଟିବନ୍ଧୁ ଖୁଣ୍ଟିଆ…
ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ
ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ ଓ ରାସ୍ତାରୋକୋ କରାଯାଇଥିଲା। ବନ୍ଦକୁ ଲୋକଙ୍କ ସ୍ବତଃ ସମର୍ଥନ ମିଳିଥିଲା। ଗାଡ଼ିମୋଟର ସରକାରୀ…
ଏମ୍ଏମ୍ଡିଆର, ଏସ୍ଆଇଆର୍ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା
କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍ଏମ୍ଡିଆର, ଏସ୍ଆଇଆର୍-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ ଜାରି ରହିଛି। ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସମସ୍ତ ସରକାରୀ, ବେସରକାରୀ ଅଫିସ, ବ୍ୟାଙ୍କ,…
ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ
ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା ପ୍ରଶାସନ ପକ୍ଷରୁ ଆନନ୍ଦପୁର କଲେଜ କର୍ତ୍ତୃପକ୍ଷ ଏବଂ ବିଭିନ୍ନ ଅଂଶୀଦାରଙ୍କୁ ନେଇ ଏକ…
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବିଶେଷ ଅବସରରେ ଓଡ଼ିଶା ପ୍ରାନ୍ତରେ ଭିଏଚ୍ପିର…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ ୩ ଜଣ ଶିକାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ବନ୍ଧୁକ ଓ…
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ କରିଛି। ସୂଚନା ଅନୁସାରେ, ଘଷିପୁରା ଥାନା କାଠପାଳ ଗାଁର ଜଣେ ଯୁବତୀ ଏନେଇ…
ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ
ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା ଅଭିଯୋଗକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ନିର୍ଯାତନା ସହି ନପାରି ଗ୍ରାମର…
କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ
ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ ମାନସ କୁମାର ଦଣ୍ଡପାଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ବ୍ଲକସ୍ତରୀୟ ବିଭିନ୍ନ…
ଗଣେଶ ମୂର୍ତ୍ତି ବିସର୍ଜନରେ ନିୟମ ଭଙ୍ଗ: ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ପଡ଼ିଲା ମହଙ୍ଗା, ଗାଡ଼ିକୁ ଜବତ କଲା ପୋଲିସ
ବଞ୍ଚୋ,୫।୧୦(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ପୋଲିସ ଡିଜେ ଗାଡ଼ିକୁ ଜବତ କରିଛି । ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଅନୁମତିର ସର୍ତ୍ତ ଉଲ୍ଲଂଘନ କରି ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ଅଭିଯୋଗରେ ପୋଲିସ…
ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….
ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ରବିବାର ରାତିରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଟ୍ରକ୍ ଧକ୍କାରେ…

