ଭୟଙ୍କର ଭୂସ୍ଖଳନ: ହଠାତ୍ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା
ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍ ମାଟି ଓ ପଥର ଧସି ତଳକୁ ଖସିପଡ଼ିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କର ପରିବେଶ…
ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା
ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍ ତଥା ପାଟଣା କଲେଜର ଅନ୍ୟତମ ପ୍ରତିଷ୍ଠାତା ସଦସ୍ୟ ସନାତନ ମହାନ୍ତଙ୍କ ପରଲୋକ ଘଟିଛି। ଶୁକ୍ରବାର…
ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି
ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା ଏକ ସନ୍ଦେହଜନକ ଦ୍ରୁତଗାମୀ କାରକୁ ନନ୍ଦିପଦା ପୋଲିସ ଗୋଡ଼ାଇ ଧରିଛି। କାରଟିରେ ନିଶାଦ୍ରବ୍ୟ…
ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ
ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସାମୁହିକ ବନ୍ଦେ ମାତରଂ ଗାନ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନ ୧୧ଟାରେ ବିଦ୍ୟାଳୟର…
ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ
ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି ପଡ଼ି ୩ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ସ୍ୱାମ…
ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ
ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କୁଣ୍ଡୁଳା ହାଇସ୍କୁଲର ପ୍ରଧାନଶିକ୍ଷକ ତାରାଚାନ୍ଦ ମହାନ୍ତଙ୍କୁ ମୟୂରଭଞ୍ଜ ଜିଲା ରରୁଆଁ…
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ ଆସିଛି। ନିଜର ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦେଢ଼ଶୁର…
ହାଟଡ଼ିହିରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ: ପ୍ରତିଯୋଗିତାରେ ବିଜେତା ଛାତ୍ରୀଛାତ୍ର ଜିଲା…
ହାଟଡିହୀ/ଛେନାପଦୀ,୨୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷୟତ୍ରୀ ମିତାରାଣୀ ବିଶ୍ୱାଳଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସଞ୍ଚିତା ବେଗମ ସଭାପତିତ୍ୱ…
ସୁଆମ ଶାସନରେ ହରିହାଟ, ଗୀତାପାଠ ସହ…
ପାଟଣା,୨୩ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସୁଆମ ଶାସନ ମଣ୍ଡପରେ ହରିହାଟ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମଣ୍ଡପରେ ରାମ, ଲକ୍ଷ୍ମଣ, ସୀତା ଓ ହନୁମାନଙ୍କ ମୂର୍ତ୍ତି ପ୍ରତିଷ୍ଠା କରାଯାଇଥିଲା। ଏଥିସହ ସଂପୂର୍ଣ୍ଣ ଭାଗବତ ଓ ଗୀତା…
ଭାଲୁ ଆକ୍ରମଣରେ ଯୁବକ ଗୁରୁତର
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସାହାରପଡ଼ା ବ୍ଲକ ଅସ୍ତଯୋଡ଼ି ଗ୍ରାମର ସୋନୁ…
ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…
ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା ଜିଲା ସଭାପତି ଶୁକଦେବ ମହାନ୍ତ ଓ ଜିଲା ମହିଳା ମୋର୍ଚ୍ଚା ସଭାପତି ଚପଳା…
ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ
ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ବେଳେ ଅନ୍ୟ ଦୁଇଜଣ ଅଦାଲତରେ…

