ଖୋର୍ଦ୍ଧା

ଗାଧୋଇବା ପାଇଁ ପାଣି ଗରମ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତ, ଯୁବକ ମୃତ

ଖୋର୍ଦ୍ଧା ଅଫିସ,୨୧।୧୨: ଗାଧୋଇବା ପାଇଁ ପାଣି ଗରମ କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅନ୍ତର୍ଗତ ଅର୍ଜୁନପୁର ଗ୍ରାମର ପ୍ରିୟଦର୍ଶନ ବେହେରା(୧୭)। ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ…

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି ମାତ୍ର…

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ଘଟଣାରେ ବାଘମାରୀ ଥାନା ଓସ୍ତପୁର ଗାଁର ମହେଶ୍ୱର ବେହେରା ଓରଫ ମହିଆ(୪୦)ଙ୍କୁ ଗିରଫ…

ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍‌ ପ୍ରମାଣ

ଖୋର୍ଦ୍ଧା ଅଫିସ୍‌, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍‌ ପ୍ରମାଣ ଲାଗିଛି। ପ୍ରାଥମିକ ତଦନ୍ତ ପରେ ଏହି ଘଟଣାରେ ସୁପାରି କିଲର ହାତ ଥିବା ଖୋର୍ଦ୍ଧା ଏସପି…

ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା…

ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ…

ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା…

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ବଲାଙ୍ଗୀର-ଖୋର୍ଦ୍ଧା ୫୭ ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ଏକ ଘରୋଇ…

ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ

ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ ବେହେରାଙ୍କର…

ବାଲୁଗାଁରେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା, ୨ ଅଟକ

ବାଲୁଗାଁ,୧୫।୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅନ୍ତର୍ଗତ ୫ନଂ.ଓ୍ବାର୍ଡ ଅଧୀନ ଗଙ୍ଗାନଗର ଅଞ୍ଚଳରେ ଶନିବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତ ଛାତ୍ରୀ ହେଲେ ରାମଚନ୍ଦ୍ର ବେହେରାଙ୍କ ଝିଅ ଶିବାନୀ(୧୭)। ସେ ବାଲୁଗାଁ ମହାବିଦ୍ୟାଳୟର ଯୁକ୍ତ ୨…

ପ୍ରକୃତିପ୍ରେମୀ ମହାବୀର ବାବାଙ୍କ ପରଲୋକ

ବୋଲଗଡ,୧୪ା୧୨(ଡି.ଏନ.ଏ.): ବୋଲଗଡ ବ୍ଲକ ଜଖଲା ପାହାଡ ଉପରେ ଥିବା ମହାବୀର ମନ୍ଦିରର ପ୍ରତିଷ୍ଠାତା ବାବା ରାମନାରାୟଣ ଦାସ ମହାରାଜ (୬୦)ଙ୍କର ଶୁକ୍ରବାର ପରଲୋକ ହୋଇଛି । ସେ ମହାବୀର ବାବା ନାମରେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ । ତାଙ୍କ ବିୟୋଗରେ…

ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ

ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ ଭୋଗୁଛନ୍ତି। ୬୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ ପାନୀୟ ଜଳ ପ୍ରକଳ୍ପ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?