ମାଲକାନଗିରି

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା ଥାନାରେ ଅଭିଯୋଗ ହୋଇଛି। ଗୁରୁତର ଜଣକ ହେଲେ ଲକ୍ଷ୍ମୀ ବାଙ୍କିଆ। ଏନେଇ ମହିଳାଙ୍କ ପରିବାର…

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା ଡ୍ୟାମ ସହ ସିଲେରୁ ନଦୀ ବହି ଯାଇଥିଲେ ସୁଦ୍ଧା ଦୀପ ତଳ ଅନ୍ଧାର ଭଳି…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବିଜାପୁର ଜିଲାର ଡିଆର୍‌ଜି ଓ ଏସ୍‌ଟିଏଫ୍‌ ବାହିନୀ ଆବୁଜମାଡ଼…

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ, ଛତିଶଗଡ଼ ଓ ସୀମାନ୍ତ ଅଞ୍ଚଳରେ ସକ୍ରିୟ ଥିବା ଭୈରମଗଡ଼…

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ସୋମବାର ଡିଆର୍‌ଜି ଯବାନମାନେ ସୁକ୍‌ମା ଜିଲା ସଲାତୋଗ…

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ ଗୋଟିଏ ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ସାମଗ୍ରୀ ଜବତ କରିଛନ୍ତି। ସୂଚନାନୁଯାୟୀ,…

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା ସମୟରେ କାରରୁ ୩୦ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ କାରରେ ବସିଥିବା…

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର…

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା ଲାଗି ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନେ ହେଲେ ଛତିଶଗଡ଼ ସୁକ୍‌ମା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?