ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ବାଇକ ଆରୋହୀ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତ…
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ପୁଅର ଶାବଳ ମାଡରେ ବାପା ମୃତ୍ୟୁବରଣ କରିଛନ୍ତି। ଖବରପାଇ ପୋଲିସ ଓ ସାଇଣ୍ଟିଫିକ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରବିବାର ସାରେ ନାବାଳିକା ଜଣକ ଘର ବାହାରେ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ ଅନ୍ତେବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଛାତ୍ରୀଛାତ୍ରମାନେ ସୋମବାରେ ବିଦ୍ୟାଳୟ ହଷ୍ଟେଲରୁ…
ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…
ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା ମହିଳାଙ୍କ ଘରକୁ ଆସିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା…
ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…
ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…
ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ
ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା(ସ୍ବତନ୍ତ୍ର ଆଲାରାମ ସିଷ୍ଟମ୍) । ଲଗାତର…
ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ
ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର ଦୁଇଜଣ ପିଲା ଗ୍ରାମ ବାହାରେ ଖେଳୁଥିବା ବେଳେ ପାରାଟି ଆସି ସେମାନଙ୍କ ନିକଟରେ…
ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..
ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଏଭଳି ଘଟଣା ଘଟିଛି…
ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର
ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ଓ କାର୍ ମୁହାଁମୁହିଁ…
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ
ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ ଛୁରିରେ କାଟି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଶୂଳିଆପଦା…
ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

