ମୟୂରଭଞ୍ଜ

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଛୁଟି…

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ଝାଡ଼ା…

ପୋଖରୀରେ ବୁଡି ଯୁବକ ମୃତ

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତ୍ୟାନନ୍ଦ ସାହୁ(୩୨)। ଶୌଚ ହେବାକୁ ପୋଖରୀକୁ ଯାଇ ସେ ପାଣିରେ ବୁଡ଼ି ଯାଇଥିଲେ।…

ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସପିଟାଲ(ପିଆରଏମ୍‌) ପ୍ରତିଷ୍ଠା କରିଛନ୍ତି। ବୁଧବାର ଏହି ମେଡିକାଲରେ ଚିକିତ୍ସାଧୀନ…

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କର ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ଜନ ସାଧାରଣ ଏହି ବିକ୍ଷୋଭ ସମାବେଶରେ ସାମିଲ ହୋଇଥିଲେ।…

ଅର୍ବାନ ବ୍ୟାଙ୍କ ଓ ଚିଟ୍‌ଫଣ୍ଡ ଜମାକାରୀ ହତାଶ : ଦାବି ପୂରଣ ନ ହେଲେ ୨୩ରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାଠାରେ ଥିବା ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଦୀର୍ଘ ବର୍ଷ ହେବ ପରିଚାଳନାଗତ ତ୍ରୁଟି ଯୋଗୁ ବନ୍ଦ ହୋଇ ପଡ଼ିଛି। ଏହି ବ୍ୟାଙ୍କରେ ଜିଲାର କ୍ଷୁଦ୍ର ବ୍ୟବସାୟୀ, ଦିନ ମଜୁରିଆ ଓ ମଧ୍ୟବିତ୍ତ ଶ୍ରେଣୀୟ ଲୋକେ ନିଜ…

୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି ବିଦ୍ୟାଳୟକୁ ବଦଳି ହୋଇ ଆସିଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ବିରୋଧ କରି ଗ୍ରାମବାସୀ ଓ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ୪ ଦଫା ଦାବି ନେଇ ଜାତୀୟ ଯୁବ ପ୍ରକଳ୍ପର ସଭ୍ୟମାନେ କରଞ୍ଜିଆ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରତୀକ ଧାରଣାରେ ବସିଥିଲେ। କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଖାଲିପଡ଼ିଥିବା ଡାକ୍ତର ପଦବୀ ପୂରଣ କରିବା,…

ଚାଷୀଙ୍କୁ ଦିଆଯାଉଛି ପୁରୁଣା କୃଷି ଯନ୍ତ୍ରପାତି

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ କୃଷକମାନଙ୍କୁ ପୁରୁଣା ଯନ୍ତ୍ରପାତିକୁ ରଙ୍ଗ ଦେଇ ନୂଆ କରି ବିକ୍ରୟ କରାଯାଉଛି। ଏହାକୁ କୃଷକ ମହଲରେ ବିରୋଧ କରାଯାଇଛି। ସୂଚନା ଅନୁଯାୟୀ ବାରିପଦା ଆଶୀର୍ବାଦ ଛକଠାରେ କୃଷି ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ରହିଛି।…

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ। ଭଞ୍ଜପୁରସ୍ଥିତ ବ୍ୟାଙ୍କରୁ ସେ ଦିନ ୨ ଟା ବେଳେ ୯୦ ହଜାର ଟଙ୍କା…

ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ରାଇରଙ୍ଗପୁର ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି…

ଛାତ୍ରୀଙ୍କୁ ଅସଦାଚରଣ କରି କମ୍ପ୍ୟୁଟର ଶିକ୍ଷକ ଗିରଫ

ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.): ରାଇରଙ୍ଗପୁର ଅଞ୍ଚଳରେ ଜଣେ ବଳାତ୍କାର ପୀଡିତା ଅଧ୍ୟାପିକା ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଥିବା ବେଳେ ପୁଣି ଜନୈକା କଲେଜ ଛାତ୍ରୀଙ୍କୁ ଜଣେ କମ୍ପ୍ୟୁଟର ଶିକ୍ଷକ ମଙ୍ଗଳବାର ଅସଦାଚରଣ କରି ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?