କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ
ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ ମଜଦୁର ସଂଘ ତତ୍ତ୍ୱାବଧାନରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ…
ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ
ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର କୋ-ଅପରେଟିଭ ସୋସାଇଟି) ପର୍ଶୁରାମ ପାତ୍ର ଜାରି କରିଥିବା ଆଦେଶ ନଂ ୨୬୧୩/୧୭ ଅଗଷ୍ଟ…
ଡ୍ୟୁଟି ସାରି ବାଇକ୍ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ
ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦) ଏକ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ମୁତାବକ, କିଶୋର…
ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…
ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି। ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ଏହି ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…
ଜେଲ୍ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…
ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର…
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…
ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍ଷ୍ଟାଣ୍ଡ ପାଇଁ…
ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର ପାଣିଗ୍ରାହୀ। ମଙ୍ଗଳବାର ଭୁବନେଶ୍ୱରସ୍ଥିତ ବିଧାନସଭା ଭବନରେ ଅନୁଷ୍ଠିତ ‘Committee on Papers Laid…
ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି। ଅନ୍ୟପକ୍ଷେ ବାଂଶପାଳ ବ୍ଲକ କଖାରୁଆ ନାଳରେ ପୋଲ ଭାଙ୍ଗିଯିବାରୁ ଉପର ବିରିକଳାରୁ ଲୁଙ୍ଗାଝର…
ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ
ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି ଗଞ୍ଜାମ ପୋଲିସ। ଚାକିରି ଦେବା ନାଁରେ ଜଣେ ଯୁବକଙ୍କଠାରୁ ୫୦ ହଜାର ଟଙ୍କା…
ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ
ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇ ଗାଡ଼ିମୋଟର ଯାତାୟାତ ବାଧାପ୍ରାପ୍ତ…
ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର
ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ସହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ସଂଯୋଗ ରହିଥିବାରୁ କୁମ୍ଭୀରମାନେ ବନ୍ୟା…
ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି
ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ ଜନନୀ ଯନ୍ତ୍ରଣାର ଏକ ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି। ରାସ୍ତା ଅତ୍ୟନ୍ତ ଶୋଚନୀୟ…

