କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ ଆହତ ହୋଇଛି। ରାଜନଗର ଥାନା ଅନ୍ତର୍ଗତ ଡାଙ୍ଗମାଳ ପଞ୍ଚାୟତର ବାଙ୍କୁଆଳ ଗାଁରେ ଆଜି…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ପଞ୍ଚାୟତର ମେରାମା ଗାଁରେ ଏହି ଘଟଣା ଘଟିଛି। ଘଟଣାରେ…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା ପରେ ସୋମବାର ପ୍ରଥମ ଥର ପାଇଁ ଜଳଭଣ୍ଡାରର ୨ଟି ଗେଟ ଖୋଲାଯାଇଛି। ଏହି…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ। ମିଳିଥିବା ସୂଚନା ମୁତାବକ, ଉକ୍ତ ଦମ୍ପତି ମେଡିକାଲ କାମରେ କୋରାପୁଟ ଆସି ଶାନ୍ତି…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି ଗ୍ରାମର କ୍ଷୀରସାଗର ପଟେଲଙ୍କ ପୁଅ କୁଳମଣି ପଟେଲ (୩୫)। ସୂଚନା ଅନୁଯାୟୀ, କୁଳମଣୀ…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ପାଇବା ପରେ ସୋହେଲା ଥାନା ପୋଲିସ ଏକ ମାମଲା (ନଂ-୨୫୮/୨୬) ରୁଜୁ…
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍ରେ ବିଜୟୀ ହୋଇ ଏହି ସଫଳତା ହାସଲ…
ହୀରାକୁଦର ୩୦ ଗେଟ୍ ଖୋଲିଲା
ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍ ୬ ଲକ୍ଷ ଘନଫୁଟ୍ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍ ଗେଟ୍କୁ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାଶର୍ବର ୨୦ ଓ ଦକ୍ଷିଣ…
ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ
ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି ମହୋତ୍ସବ ଯେତିକି…
କଲେଜ ବ୍ୟାଗ୍ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ କରି ୪ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଟିମ୍ ସମ୍ପୃକ୍ତ ଯୁବକଙ୍କୁ…
ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଛତ୍ରପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ରଶ୍ମି…
ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା
ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଟିଏଲସି ସମ୍ପାଦକ ତଥା କୋର୍ଟ କର୍ମଚାରୀ…

