ଆମ ଜିଲା ଖବର

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମଞ୍ଚର ସଭାପତି ସୁବାସ ସିଙ୍ଗ ମାଝୀ ଏବଂ ଉପସଭାପତି ଲାଇ ମାଝୀଙ୍କ ସମେତ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା ଅଭିଯୋଗ ଆଣିଛନ୍ତି। ଏନଏସିର କାଉନସିଲର ଏବଂ ସ୍ଥାନୀୟ ବାସିନ୍ଦାମାନେ ଖୋଦ୍ ଏନଏସି କାର୍ଯ୍ୟାଳୟ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ ଅନୁଷ୍ଠିତ ୮୦ତମ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଏନ୍‌ଏସି ଅଧ୍ୟକ୍ଷ ନୃପରାଜ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ ସଦର ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଭୂସ୍ଖଳନ ଘଟି ଯାତାୟାତ ବ୍ୟାହତ ହୋଇଛି।…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ କରିାକୁ ଗଣ୍ଡଗୋଳ ଘଟିଥିଲା। ପ୍ରତିବାଦରେ ଉକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ସୋର-କୁପାରୀ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ ଧୁମଧାମରେ ୮୦ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୋଦ କୁମାର…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ ଦୁଇ ଜଣ ଦୁର୍ବୁତ୍ତ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ କରି ନେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?