ଆମ ଜିଲା ଖବର

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର ବେଗ ବଢ଼ିଥିବାରୁ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଜୁଆର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅସହାୟ ତଥା ମାନସିକ ଭିନ୍ନକ୍ଷମ ଯୁବତୀ ପ୍ରାୟ ୮ ମାସର ଗର୍ଭବତୀ ଥିବା…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି। ଏଥିପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ଟ୍ରେନ୍‌ ବାତିଲ କରାଯାଇଥିବା ବେଳେ ୪ଟି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି ପଡ଼ି ୩ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ସ୍ୱାମ…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଋଷିକୂଲ୍ୟା ନଦୀର ଜଳପତ୍ତନ ବଢ଼ିବା ସହ…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର ତପନ ଗିରିଙ୍କ ଘର ଉପରେ ଏକ ବଡ଼ ଗଛ ପଡ଼ିଯାଇଛି। ଫଳରେ ଘରଟି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ) ମେଘନାଦ ପାଚେରୀର ସୁରକ୍ଷା ଗାର୍ଡ ୱାଲର ପ୍ରାୟ ୩୦ ଫୁଟ ଭୁଶୁଡ଼ି ପଡିଛି।…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା ଗ୍ରାମରେ ଝାଟିମାଟି ଘରର କାନ୍ଥ ଭୁଶୁଡ଼ି ପଡ଼ି ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା ଜଣାପଡ଼ିଛି। ଏଭଳି ସ୍ଥିତିରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇ ଘର ଭାଙ୍ଗିଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର ସକାଳୁ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୪ ଗେଟ୍‌ ଦେଇ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିଛି ସ୍ଥାନରେ ଚାଷ ଜମିଗୁଡିକରେ ପାଣି ପଶି ଜଳାର୍ଣ୍ଣବ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ପରିସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଶିମିଳିପାଳରେ ପ୍ରବଳ ବୃଷ୍ଟିପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?