ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…
ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପାଟପୁର ପୋଲିସ ଶୁକ୍ରବାର ଅଭିଯୁକ୍ତ ଶିବରାମଙ୍କୁ ଗିରଫ କରି…
୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ
କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି ସ୍ପେନର ଜଣେ ଗବେଷକ। ସୁଦୂର ୟୁରୋପୀୟ ଦେଶ ସ୍ପେନର ବାର୍ସିଲୋନା ସହରରୁ ଆସିଥିବା…
ନଅ ଫୁଟ୍ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…
କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏକ ୯ ଫୁଟ୍ ଲମ୍ବର ଅଜଗର ସାପକୁ ବନ…
ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ
ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ ଛତ୍ରପୁରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍ଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ…
ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ
ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ, ତାଙ୍କୁ ୧୨ ତାରିଖ ଫୋନ କରି କଂଗ୍ରେସ ଦଳର ଜଣେ ବରିଷ୍ଠ ନେତା…
ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ
କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ଲଳିତ ପୂଜାରୀ (୩୫)। ଅଭିଯୋଗ ଅନୁସାରେ ଗତ ବୁଧବାର ଲଳିତଙ୍କ ସହ ଶଙ୍କର…
ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….
ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ ପୂର୍ବେ ମହିଳା ଜଣକ ତାଙ୍କ ଝିଅ ଓ ଝିଆରୀଙ୍କ ସହ ରାତ୍ରି ଭୋଜନ…
କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର
ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ ପଡିଛନ୍ତି। ଆହତ ଦୁଇଜଣ ହେଲେ କୁକୁରଗୁଡ଼ା ଗ୍ରାମର ୟୁସାଇ ଶବର(୧୯)ଏବଂ ବାଇନା ପଦର…
୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ କରିଛି। ଏହାର ବଜାର ମୂଲ୍ୟ ୩୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବୋଲି ପୋଲିସ…
୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…
ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ ଗ୍ରାହକଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜିଟାଲ୍ ସଂଯୋଗୀକରଣ ପ୍ରଦାନ କରିବା ଆରମ୍ଭ କରିଛି।…
ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …
ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆସିକା କୋଟିନଡ଼ା ଥାନା ନୂଆପଲ୍ଲୀ ଗ୍ରାମର ଶିବାନନ୍ଦ ସ୍ବାଇଁ(୩୫)। ଜେଲ…
ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ
ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ ନିଜ ଚାମ୍ବରରେ କାର୍ଯ୍ୟରତ ଥିବା ବେଳେ ଭାଜପା ନେତା ଉମାକାନ୍ତ ପଟ୍ଟନାୟକ ତାଙ୍କ…

