ଆମ ଜିଲା ଖବର

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ ଏସ୍‌ପି ଅଭିଳାଷ ଜି ଖବରଦାତା ସମ୍ମିଳନୀ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ଦେଇଛନ୍ତି…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ମୃତଦେହ ୩ ଦିନ ହେଲା ପଡି ରହିଥିବା ବେଳେ ଅନ୍ତିମ ସତ୍କାର…

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାର ତଦନ୍ତ ପରେ ପୁରୀ ସୁପେରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ୍ (ଏସ୍‌ପି) ଗୁରୁତ୍ୱପୂର୍ଣ୍ଣ ସୂଚନା…

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପ୍ରତାପୁର ଗ୍ରାମ କିମ୍ବଦନ୍ତୀପୂର୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ଦୀର୍ଘ ୭…

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ମାରୱାଡି ସମାଜର ସଭାପତି ଅମରଦୀପ ଅଗ୍ରୱାଲ ଓ ସମ୍ମାନିତ ଅତିଥି ଭାବରେ ମାରୱାଡି…

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ ହେଲେ ଭଞ୍ଜନଗର ଏନଏସି ରୋଡର ଡି ମୁନା ରାଓ ଏବଂ ଲାଲସିଂର ତୋଫାନ ଭୂୟାଁ…

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା ରାସ୍ତାରେ କୁଷେଇ ନଦୀରକୂଳ ସ୍ଥାନରେ ଥିବା ଝଙ୍କାଳିଆ ବଣରେ ବାଘ ଆତଙ୍କ ସୃଷ୍ଟି ହୋଇଛି।…

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ। ସୂଚନା ଯେ, ଏହି ବିଜ୍ଞପ୍ତିର ଜିଲାଠାରୁ ପଞ୍ଚାୟତ ଯାଏ ବିଭିନ୍ନ କମିଟିର ପୁନର୍ଗଠନ…

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ନୟାଗଡ଼ ଜିଲା ଗଣିଆ ନିକଟସ୍ଥ ମହାନଦୀରୁ ପାଣିଆଣି ଗଞ୍ଜାମ ଜିଲାର…

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଏସ୍‌ପି ସୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ ନିଜ…

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଭୟଭୀତ କରି ତାଙ୍କ ଘର ଭାଙ୍ଗି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି।…

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର ମଧ୍ୟ ଏଥିରୁ ବାଦ ପଡିନି l ଦିନରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri