ଏନ୍ପିଏସ୍ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ
ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍ପିଏସ୍ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ। ଅବସର ପରେ ଶିକ୍ଷକମାନଙ୍କ ଆର୍ଥିକ ସୁରକ୍ଷାକୁ ନେଇ ଏଭଳି ଉଦ୍ବେଗ ପ୍ରକାଶ କରିଛି…
ଚୋରି ହୋଇଥିବା ଘରୁ ପୁଣି ଚୋରି
କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା ଚୋରି ହୋଇଥିଲା। ଘରମାଳିକ ବର୍ତ୍ତମାନ କେସିଙ୍ଗାରେ ନ ରହି ଅନ୍ୟ ରାଜ୍ୟରେ ରହୁଛନ୍ତି।…
ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ
ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଶତାଧିକ ମହିଳା ଏକାଠି ହୋଇ ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…
ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ ମିଳଛି। ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ତାର ଚାରିପାଖରେ ଘଞ୍ଚ ଗଛଲତା ମାଡ଼ିଯାଇଥିବାରୁ ଏହା ଆଗାମୀ…
ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ
ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ ଚାଲିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ଅନିଶ୍ଚିତତା ପ୍ରକାଶ ପାଇଛି। କାମଟି…
ଲମ୍ବା କେଶ ପାଇଁ ଗିନିଜ୍ ଓ୍ବାଲର୍ଡ ରେକର୍ଡ
ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ ବିଶ୍ୱରେ ସବୁଠାରୁ ଲମ୍ବା କେଶ ରହିବାର ରେକର୍ଡ ହାସଲ କରିଛନ୍ତି, ଯାହାର ଲମ୍ବ…
ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ
ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି ଜନସଂଗ୍ରାମ ସମିତି ପକ୍ଷରୁ ସଭାପତି ସାଉଲ ମଙ୍ଗରାଜଙ୍କ ନେତୃତ୍ୱରେ ପ୍ରାୟ ୩୦୦ ଚାଷୀ…
ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …
ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି କରିଥିବା ଅଭିଯୋଗ ହୋଇଛି। ଘର ମାଲିକା ଏସ୍. ସନ୍ତୋଷିନି ନିଜ ପରିବାର ସହ…
ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ
ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ ପୁଅକୁ ବଞ୍ଚାଇବା ପାଇଁ ପରିବାର ଲୋକେ ହସ୍ପିଟାଲରେ ଥିବା ବେଳେ ଲୋୟର ସୁକ୍ତେଲ…
ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା
ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ ଘରୁ ପଦାକୁ ଗୋଡ଼ କାଢ଼ିବା ମୁସ୍କିଲ ହୋଇପଡ଼ିଥିବା ବେଳେ ରୋଜଗାର କରି ଘର…
ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ
ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ଶୁକ୍ରବାର ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି…
ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ…

