ଆମ ଜିଲା ଖବର

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ଖଲ୍ଲିକୋଟ,୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭରସା ଗ୍ରାମର ପ୍ରଭାତ ଓରଫ ସିଲୁ ମହାନ୍ତି (୨୮) ମଙ୍ଗଳବାର ଅପରାହ୍ନରେ ଗ୍ରାମର ମଶାଣି ବନ୍ଧକୁ ଗାଧୋଇବାକୁ ଯାଇଥିବା କିଛି ଲୋକ ଦେଖିଥିଲେ। ତେବେ ଦୀର୍ଘ ସମୟ ଧରି ନ…

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି ୧୯ ନଂ ରାଜ୍ୟ ରାଜପଥର ନୀଳଗିରି ଭାଲୁକାଶୁଣି ଛକ ଠାରୁ ଅଳ୍ପଦୂର ଦେବଯାନୀ ଛକ…

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ସ୍ବର୍ଗତ ଅଗ୍ରଓ୍ବାଲ ୧୯୯୭ରୁ୨୦୦୩ ପର୍ଯ୍ୟନ୍ତ ପଦ୍ମପୁର ନଗରପାଳ ଦାୟିତ୍ୱ ତୁଲାଇଥିବା…

୨୮୮୫ ଶିଶୁବାଟିକାରେ ପ୍ରବେଶ ଉତ୍ସବ: ପିଲାଙ୍କୁ ଖଡ଼ି ଛୁଆଁଇଲେ ଜିଲାପାଳ

ଛତ୍ରପୁର,୨ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ବିଦ୍ୟାଳୟଗୁଡ଼ିକରେ ଖୋଲିଥିବା ୨୮୮୫ ଶିଶୁ ବଟିକାରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଛତ୍ରପୁରସ୍ଥିତ ପୁତିଗୋପାଳପୁର ସ୍କୁଲରେ ଥିବା ଶିଶୁବାଟିକାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ…

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ବସ୍ତା ପରେ ବାଲେଶ୍ୱର ଜିଲା…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା…

ଉପଖଣ୍ଡ ସରକାରୀ ଚିକିତ୍ସାଳୟ କେନ୍ଦ୍ର ପରିଦର୍ଶନ କଲେ ସିଡିଏମ୍‌ଓ

ଛତ୍ରପୁର,୨ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଡାକ୍ତର ଭବାନୀଶଙ୍କର ମିଶ୍ର ଦାୟିତ୍ୱ ଗ୍ରହଣ କରିବା ପରେ ବୁଧବାର ଅଚାନକ ଛତ୍ରପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟରେ ରୋଗୀଙ୍କୁ ପ୍ରଦାନ କରାଯାଉଥିବା ସ୍ବାସ୍ଥ୍ୟସେବା, ନିରାମୟ କେନ୍ଦ୍ର, ପାଥୋଲୋଜି,…

ହାଇଓ୍ବା ଜବତ, ଜଣେ ଅଟକ

କେନ୍ଦୁଝର,୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପାଟଣା ରେଞ୍ଜ ଚାଙ୍ଗୁପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଉତ୍ତୋଳନ କରୁଥିବା ଏକ ହାଇଓ୍ବା ( ଓଆର ୧୯ଏମ ୪୯୭୯) ଜବତ କରିବା ସହ ଡ୍ରାଇଭର ବିମଳ କୁମାର…

ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ: ଗୁରୁକୁଳର ମାହୋଲ ସାଙ୍ଗକୁ ଶିଶୁ ବାଟିକାର ଶୁଭାରମ୍ଭ

ଦାରିଙ୍ଗବାଡି,୨।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ବୁଧବାର ବିଦ୍ୟାଳୟ ଗୁଡିକରେ ଶିଶୁ ବାଟିକାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଶିଶୁମାନଙ୍କୁ ନେଇ ପ୍ରବେଶ ଉତ୍ସବ କରାଯିବା ସହ ସେମାନଙ୍କୁ ନୂଆ କଳା ପଟା…

ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୨ା୪(ସୁନୀଲ କୁମାର ମହାନ୍ତି): ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ମଙ୍ଗଳବାର ରାତିରେ ଘଟିଛି ଏଭଳି ବୀଭତ୍ସ କାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଅମୂଲ୍ୟା ବିଶ୍ୱାଳ (୩୫) ତାଙ୍କ ଘରେ…

କାମ ହେବାର ୨ ମାସ ନ ପୂରୁଣୁ ରାସ୍ତା ଫାଟି ୨ ଫାଳ

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତବିଭାଗର ପାଟଣା ମୁଖ୍ୟ ବଜାର ଦେଇ ନିର୍ମିତ କଂକ୍ରିଟ ରାସ୍ତା ନିର୍ମାଣର ୨ମାସ ନ ପୂରୁଣୁ ପାଟଣା ମେଡିକାଲ ବାଙ୍କ ନିକଟରେ ୫୦ଫୁଟରୁ ଊଦ୍ଧର୍‌ବ କଂକ୍ରିଟ ରାସ୍ତା ଓ ଦୁର୍ଗାଦେଇପୁର ବାଙ୍କ ନିକଟରେ ଫାଟି ୨ଫାଳ…

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୨।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ଶିଶୁ ବାଟିକା ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ସକାଳୁ ପାଟଣା ମୁଖ୍ୟାଳୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟଳୟରେ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?